ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ପ୍ରତ୍ୟେକ ଜୀବନ ମୂଲ୍ୟବାନ ଏହି ନୀତିରେ ସବୁ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଜୁନ୍ରୁ ଅକ୍ଟୋବର ମାସ ଗୁରୁତ୍ବପୂର୍ଣ୍ଣ, ଏହି ସମୟ ଉପରେ ନଜର ରଖ – ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍/୧୭ ଜୁନ ଶୁକ୍ରବାର/ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହି ନୀତିକୁ ଅନୁସରଣ କରି ଓଡିଶା ଭଳି ଗୋଟିଏ ବିପର୍ଯ୍ୟୟ ପ୍ରବଣ ରାଜ୍ୟରେ ଆମେ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ କରି ଏ କ୍ଷେତ୍ରରେ ଏକ ଆଗୁଆ ରାଜ୍ୟ ହୋଇପାରିଛୁ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ପ୍ରତ୍ୟେକ ବର୍ଷର ଜୁନ୍ରୁ ଅକ୍ଟୋବର ମାସ ସମୟ ଅତି ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ଆସେ ।
