
ଓଡ଼ିଶା ତାଜା ନ୍ୟୁଜ୍/୨୧ ଜୁନ ମଙ୍ଗଳବାର/ନୟାଗଡ଼ର :- ଯୁବରେଡ଼କ୍ରସ , ସମର ଶିକ୍ଷାର୍ଥୀ ବାହିନୀ ଓ ଜାତୀୟ ସେବା ଯୋଜନାର ମିଳିତ ସହଯୋଗରେ ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗଦିବସ ପାଳିତ ହୋଇଯାଇଅଛି । ଦୁଇଶହରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ଯୋଗାଭ୍ୟାସରେ ସାମିଲ ହୋଇଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧକ୍ଷ ଶ୍ରୀ ସୁରେଶ କୁମାର ପ୍ରଧାନ ଉଦ୍ଘାଟନ କରିଥିଲେ ।

