ପାରଳାଖେମୁଣ୍ଡି ସ୍ଥିତ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ଜାତୀୟ ସମରଶିକ୍ଷାର୍ଥୀ ବାହିନୀ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଓଡ଼ିଶା ତାଜା ନ୍ୟୁଜ୍/୨୨ ଜୁନ ବୁଧବାର/ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହା ବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ତରଫରୁ ଆନ୍ତର୍ଜାତୀୟ ଯୋଗ ଦିବସ ଅଧ୍ୟାପକ ଡକ୍ଟର ସୁମନ୍ତ କୁମାର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପ୍ରାଧ୍ୟାପକ ଡକ୍ଟର ଅଜୟ କୁମାର ତ୍ରିପାଠୀ ଯୋଗ ଓ ମାନବିକତା ତଥା ମାନବିକତାର ବିକାଶ ରେ ଯୋଗର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ ।

ବିଶ୍ଵ ସମାଜରେ ଭାରତୀୟ ସଂସ୍କୃତିର ପ୍ରତିଷ୍ଠା କ୍ଷେତ୍ରରେ ଯୋଗର ଭୂମିକାକୁ ଆଲୋଚନା କରି ମାନବିକତାକୁ ସମସ୍ତ ବିଶ୍ୱରେ ସଂଚରିତ କରିବା ନିମନ୍ତେ ସେ ଆହ୍ୱାନ ଦେଇଥିଲେ । ଅନ୍ୟତମ ଅତିଥି ଭାବେରେ ଯୋଗ ଦେଇ ଜିକୋରିୟା ଶବର ଯୋଗ ଦିବସର ମାହାତ୍ମ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ତଥା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହା ବିଦ୍ୟାଳୟର ସ୍ବେଚ୍ଛାସେବୀ ମାନେ ଯୋଗ ଦେଇ ଏହି ଉତ୍ସବ ପାଳନ କରିଥିଲେ ଅନ୍ୟମାନଙ୍କ ମଧ୍ୟରେ ଧରମାରାଓ,ଆରରମେଶ,ଅଶୋକ କୁମାର ଗୌଡ଼ ଯୋଗ ଦେଇ ସଭା କାର୍ଯ୍ୟ ପରିଚାଳନା କରିଥିଲେ ।

Exit mobile version