ସହଜ ଉପାୟ ଦୂର କରେ : ବହୁ ବ୍ୟଥା ଓ ଯନ୍ତ୍ରଣା

ଡଃ ହିମାଂଶୁ ମହାନ୍ତ ଆୟୁର୍ବେଦ :-

ଓଡ଼ିଶା ତାଜା ନ୍ୟୁଜ୍/୨୩ ଜୁନ ଗୁରୁବାର/ଭୁବନେଶ୍ୱର :-  ଅଣ୍ଟା ବିନ୍ଧା ସଭିଁଙ୍କ ପାଇଁ ଏକ ବିରାଟ ସମସ୍ୟା । ଏଥିରୁ ମୁକ୍ତି ପାଇବା ପାଇଁ ସମସ୍ତେ ବିଭିନ୍ନ ଔଷଧ ଓ ମଲମର ମଧ୍ୟ ବ୍ୟବହାର କରିଥାଆନ୍ତି । ମାତ୍ର କିଛି ଘରୋଇ ଉପଚାର ଦ୍ୱାରା ଆମେ ଏହି ଅଣ୍ଟା ବିନ୍ଧାରୁ ମୁକ୍ତି ପାଇପାରିବା ।

ଜାଣନ୍ତୁ ସେ ବିଷୟରେ … ଏକ କପ ପାଣି ଫୁଟାଇ ସେଥିରେ ଅଳ୍ପ ଚାହାପତି ଓ ୧ଚାମଚ ଅଦା ପକାଇ କିଛି ସମୟ ଫୁଟାଇ ଛାଣନ୍ତୁ । ଏଥିରେ ଏକ ଚାମଚ ମହୁ ମିଶାଇ ପିଅନ୍ତୁ । ଏହାକୁ ନିୟମିତ ଏକ ସପ୍ତାହ ପିଇଲେ ଅଣ୍ଟା ବିନ୍ଧାରୁ ମୁକ୍ତି ମିଳିଥାଏ ।

ତୁଳସୀପତ୍ର :– ପ୍ରତିଦିନ ଖାଲି ପେଟରେ ୬ ରୁ ୭ଟି ତୁଳସୀ ପତ୍ର ଖାଇବା ଦ୍ୱାରା ମଧ୍ୟ ଏହି ସମସ୍ୟାରୁ ମୁକ୍ତି ମିଳେ ।

ନଡ଼ିଆ ତେଲ :– ନିୟମିତ ନଡ଼ିଆ ତେଲକୁ ଗରମ କରି ଅଣ୍ଟାରେ ଲଗାଇଲେ ମଧ୍ୟ ଏହା ଖୁବ ଉପକାର ପ୍ରଦାନ କରିଥାଏ ।

କ୍ଷୀର :– ନିୟମିତ କ୍ଷୀରରେ ଏକ ଚାମଚ ମହୁ ମିଶାଇ ପିଇବା ଦ୍ୱାରା ମଧ୍ୟ ଅଣ୍ଟା ବିନ୍ଧା ଦୂର ହୋଇଥାଏ ।

ରସୁଣ :– ନିୟମିତ ୧ମାସ ପର୍ୟ୍ୟନ୍ତ ୧ରୁ୨ଟି ରସୁଣ ପାଖୁଡ଼ା ପ୍ରତିଦିନ ଖାଇବା ଦ୍ୱାରା ମଧ୍ୟ ଏହି ସମସ୍ୟାରୁ ମୁକ୍ତି ମିଳିଥାଏ ।

 

 

Exit mobile version