ଆର ଉଦୟଗିରି ବ୍ଲକ ଠାରେ : ବାଲ୍ୟ ବିବାହ ବନ୍ଦ ନିମନ୍ତେ – ଓଡିଶା ଜିବିକା ମିଶନର କର୍ମକର୍ତ୍ତା ଙ୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡ଼ିଶା ତାଜା ନ୍ୟୁଜ୍/୨୪ ଜୁନ ଶୁକ୍ରବାର/ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାରେ ଜିଲ୍ଲା ପ୍ରଶାସନ ଓ ଏକ୍ସନଏଡ଼ର ମିଳିତ ଉଦ୍ୟମରେ ବାଲ୍ୟ ବିବାହର ବନ୍ଦ କରିବା ନିମନ୍ତେ ଗୋଟିଏ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଆର.ଉଦୟଗିରି ବ୍ଲକ ସଭା ଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ସଚେତନତା କାର୍ଯ୍ୟକ୍ରମ ରେ ୫୧ଜଣ ଓଡିଶା ଜିବିକା ମିଶନ ର କର୍ମକର୍ତ୍ତା ଏମ୍ବିକେ, ସି ଆର ପି ଓ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ର ନେତା ଉପସ୍ଥିତ ରହିଥିଲେ ୲ ଆକ୍ସନଆଡ୍ଡ ର ଜିଲ୍ଲା ସଂଯୋଜକ ଶ୍ରୀ ବିକାଶ କୁମାର ମେହେର ସେମାନଙ୍କୁ ବାଲ୍ୟବିବାହ ବିଷୟ ବସ୍ତୁ ଉପରେ ଅବଗତ କରିବା ସହ ଓଡିଶା ଜିବିକା ମିଶନ ର କର୍ମକର୍ତ୍ତା ଙ୍କର ଭୂମିକା ଉପରେ ଆଲୋକପାତ କରିଥିଲେ ଓ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l

ଶ୍ରୀ ମେହେର ବାଲ୍ୟ ବିବାହ ଦ୍ଵାରା ଶିଶୁ ର ଅଧିକାର କ୍ଷୁର୍ଣ୍ଣ ହୋଇଥାଏ, ଶିଶୁ ଟି ଉଚ୍ଚ ଶିକ୍ଷିତ ହେବାରେ ବଞ୍ଚିତ ହୋଇଥାଏ, ମାନସିକ ନିର୍ଯାତନା ର ଶିକାର ହୋଇଥଏ, ନିଜେ ନିସ୍ପତି ନେବାରୁ ବଞ୍ଚିତ ହୋଇ ଥାଏ ଓ ପରିବାର ର ସାମାଜିକ ଓ ଆର୍ଥିକ ସ୍ଥିତି ଦୃର୍ବଳ ହୋଇ ବିଭିନ୍ନ ସମସ୍ୟା ସୃଷ୍ଟି ହୋଇଥାଏ ବୋଲି ଅବଗତ କରେଇ ଥିଲେ l ଏହି ଅନ୍ଧବିଶ୍ୱାସକୁ ଦୂର କରିବା ନିମନ୍ତେ ସରକାର ୨୦୦୬ ମସିହାରୁ ବାଲ୍ୟବିବାହ ନିଷେଧ ଆଇନ ପ୍ରଣୟନ ହୋଇଛି l ଏହା ସହିତ ବାଲ୍ୟବିବାହ ହୋଇଥିବା ସ୍ଥାନ ଓ ବ୍ୟକ୍ତି ସଂମ୍ପର୍କରେ ଜିଲ୍ଲା ପ୍ରଶାସନକୁ ଆଗୁଆ ତଥ୍ୟ ପ୍ରଦାନ କରିବା ନିମନ୍ତେ ଜଣାଇ ଦିଆଗଲା l

ଗ୍ରାମରେପରିବାରରେ ଶିଶୁମାନଙ୍କୁ କିପରି ସୁରକ୍ଷା ଯୋଗାଇବା, ଶିଶୁମାନଙ୍କର ମୌଳିକ ଅଧିକାରକୁ ବଜାଇ ରଖିବା ଆମର ଶିଶୁମାନଙ୍କୁ କିପରି ଯୌନ ନିର୍ଯ୍ୟାତନାରୁ ଶିକାରରୁ ସୁରକ୍ଷିତ ରଖିବା ସହିତ ଦକ୍ଷ ପିତାମାତା ପ୍ରସ୍ତୁତି ନିମନ୍ତେ ଦକ୍ଷତା ବୃଦ୍ଧି କରାଯାଇ ଥିଲା . ସଖୀ ୱାନ୍ ଷ୍ଟପ୍ ସେଣ୍ଟର ର କେନ୍ଦ୍ର ପ୍ରଶାସିକା ସକ୍ଷୀ ଦ୍ଵାରା ଯୋଗାଇ ଦିଆଯାଉଥିବା ସେବା ବିଷୟରେ ଅବଗତ କରେଇ ଥିଲେ | ଏହି କାର୍ଯ୍ୟକ୍ରମରେ ଶ୍ରୀମତୀ ଝୁନୂ ବେହେରା (ସମିତି ସଭ୍ଯା, ଆର୍. ଉଦୟଗିରି) , ଆକ୍ସନଆଡ୍ଡର ଜିଲ୍ଲା ସଂଯୋଜକ ଶ୍ରୀ ବିକାଶ କୁମାର ମେହେର, ୱାନ୍ ଷ୍ଟପ୍ ସେଣ୍ଟର ର କେନ୍ଦ୍ର ପ୍ରଶାସିକା ଶ୍ରୀମତୀ ଭାଗ୍ୟଲକ୍ଷ୍ମୀ ନାୟକ, ଜିଲ୍ଲା ସଂଯୋଜିକା ସ୍ଵୟମ କାର୍ଯ୍ୟକ୍ରମ ଶ୍ରୀମତୀ ଶିବାନୀ ପାଣିଗ୍ରାହୀ, ବିଏସ ଏସ ଓ ଶ୍ରୀ ଅରୁଣ କୁମାର ଉଦୟଭାନୁ, ବିପିମ୍-ଓଏଲ୍ଏମ ଶ୍ରୀଯୁକ୍ତ ରଜନୀକାନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

Exit mobile version