ଓଡ଼ିଶା ତାଜା ନ୍ୟୁଜ୍/୨୪ ଜୁନ ଶୁକ୍ରବାର/ଭୁବନେଶ୍ୱର :- ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଭଳି ବ୍ୟକ୍ତିତ୍ୱ ରାଜନୀତି କ୍ଷେତ୍ରରେ ବିରଳ । ତାଙ୍କର ଓଡ଼ିଶା ପ୍ରତି ଯେଉଁ ଅବଦାନ, କୃଷକ, ଗରିବ ଓ ଖଟିଖିଆଙ୍କ ପ୍ରତି ଯେଉଁ ସମର୍ପିତ ଭାବ ଥିଲା ଆଗାମୀ ପିଢ଼ି ସେଥିରୁ ଶିକ୍ଷା ଗ୍ରହଣ କରିବାର ଆବଶ୍ୟକତା ରହିଛି ଏବଂ ଆମେମାନେ ତାଙ୍କ ନୀତି-ଆଦର୍ଶରେ ଅନୁପ୍ରାଣୀତ ହୋଇ କାର୍ଯ୍ୟ କରିବା ଉଚିତ ବୋଲି ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି । ଆଜି ପୂର୍ବାହ୍ନରେ ଓଡ଼ିଶା ବିଧାନସଭା ପକ୍ଷରୁ ଆୟୋଜିତ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସର୍ବୋଦୟ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ୩୮ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି ା

ଏହି ଅବସରରେ ବାଚସ୍ପତି ଶ୍ରୀ ଆରୁଖ ବିଧାନସଭାସ୍ଥିତ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି କହିଛନ୍ତି ଯେ ସ୍ୱାଧୀନତା ଆନ୍ଦୋଳନରେ ଏବଂ ଭାରତର ସ୍ୱାଧୀନତା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦେଶ ତଥା ରାଜ୍ୟ ପାଇଁ ତାଙ୍କର ଅବଦାନ ଅତୁଳନୀୟ । ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ, ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ କୁମାର ସାମଲ,
