ଓଡ଼ିଶା ତାଜା ନ୍ୟୁଜ୍/୨୫ ଜୁନ ଶନିବାର/ଭୁବନେଶ୍ୱର :- ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଆଜି ବାଲେଶ୍ୱର ଗସ୍ତରେ ଯାଇ ଜିଲ୍ଲାସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀରେ ଅନୁଷ୍ଠିତ ହେଉଥିବା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି କହିଲେ ଯେ ବିଶ୍ୱସ୍ତରରେ ଯେଉଁମାନେ ମହାନ କୀର୍ତ୍ତିମାନ ସ୍ଥାପନ କରିଛନ୍ତି ସେମାନଙ୍କ ମୂଳରେ ଶିକ୍ଷକ ଓ ଶିକ୍ଷାର ଭୂମିକା ଗୁରୁତ୍ୱପୂର୍ଣ୍ଣ । ବର୍ତ୍ତମାନର ସରକାରୀ ଓ ବେସରକାରୀ ସ୍କୁଲ ମଧ୍ୟରେ ତାରତମ୍ୟ ଓ ଶିକ୍ଷାଦାନ ବିଷୟରେ ମଧ୍ୟ ସେ ଅବତାରଣା କରିଥିଲେ । ରାଜ୍ୟରେ ଶିକ୍ଷାକୁ ବିଶ୍ୱସ୍ତରୀୟ କରିବା ନିମନ୍ତେ ସମସ୍ତେ ପ୍ରୟାସ କରିବା ଆବଶ୍ୟକ ବୋଲି ମନ୍ତ୍ରୀ ଶ୍ରୀ ଦାଶ ମତବ୍ୟକ୍ତ କରିଥିଲେ ।

ଶିକ୍ଷା ଭରଣା କାର୍ଯ୍ୟକ୍ରମକୁ କିପରି ଭାବରେ ପ୍ରଧାନଶିକ୍ଷକ ଓ ପ୍ରଧାନଶିକ୍ଷୟିତ୍ରୀମାନେ କାର୍ଯ୍ୟକାରୀ କରିପାରିବେ ସେ ସଂପର୍କରେ ମନ୍ତ୍ରୀ ଶ୍ରୀ ଦାଶ ବିଶଦ ଆଲୋଚନା କରିଥିଲେ । ବାଲେଶ୍ୱର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଅଧୀନରେ ଆର୍ଏ ସ୍କିମ୍ରେ ୪ ଜଣ ମହିଳାଙ୍କୁ ମନ୍ତ୍ରୀ ଶ୍ରୀ ଦାଶ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ । ଜିଲ୍ଲାର କାର୍ଯ୍ୟକାରୀ ହେଉଥିବା ଞ୍ଜଫଞ୍ଚଟ୍ଟ;ମୋ ସ୍କୁଲି୩୯; ଯୋଜନା, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ରେସନାଲାଇଜେସନ୍ ଅଫ୍ ଟିଚରସ୍ ଆପଏଣ୍ଟମେଣ୍ଟ ଅଫ୍ ନୁ୍ୟ ହାଇସ୍କୁଲ ଟିଚରସ୍, ମର୍ଜର ଓ ଡି-ମର୍ଜର ଅଫ୍ ସ୍କୁଲସ୍, ପାରଦର୍ଶୀ ପୋର୍ଟାଲର କାର୍ଯ୍ୟକାରିତା, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ, ଅବସରପ୍ରାପ୍ତ ଶିକ୍ଷକଙ୍କ ପେନସନ୍ ପ୍ରାପ୍ତିଗୁଡ଼ିକୁ କିପରି ସଠିକ୍ ଭାବେ କାର୍ଯ୍ୟକାରୀ ହୋଇପାରିବ ସେ ନେଇ ସେ ନିର୍ଦ୍ଦେଶ ଦେଇଥିଲେ ।
