ବିଧାନସଭାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଶ୍ରାଦ୍ଧଦିବସ ପାଳିତ

ଓଡ଼ିଶା ତାଜା ନ୍ୟୁଜ୍/୨୯ ଜୁନ ବୁଧବାର/ଭୁବନେଶ୍ୱର :- ପୂର୍ବାହ୍ନରେ ଓଡ଼ିଶା ବିଧାନସଭା ପକ୍ଷରୁ ପୁଣ୍ୟାତ୍ମା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୪ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ବିଧାନସଭା ପରିସରସ୍ଥିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଦରିଦ୍ର ଜନତାର ବନ୍ଧୁ, ବନ୍ୟା ପ୍ରପୀଡ଼ିତ ଓଡ଼ିଶାବାସୀଙ୍କ ସମର୍ପିତ ସେବକ, ବିଶିଷ୍ଟ କବି ପଣ୍ଡିତ ଗୋପବନ୍ଧୁ ଓଡ଼ିଶାବାସୀଙ୍କ ହୃଦୟର ମଣିଷ ଥିଲେ ବୋଲି ବାଚସ୍ପତି ଶ୍ରୀ ଆରୁଖ ପ୍ରକାଶ କରିଥିଲେ ।

ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ବହୁ ବୁଦ୍ଧିଜୀବୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଉତ୍କଳର ଏହି ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଶିବପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ପଣ୍ଡିତ ଗୋପବନ୍ଧୁଙ୍କ ଜୀବନୀ ଆଧାରିତ ସଂଗୀତ ପରିବେଷଣ କରାଯାଇଥିଲା ।

Exit mobile version