ଗଜପତି ଜିଲ୍ଲା ପାରଳାଖେମୁଣ୍ଡି : ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ – ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖେର ସାହୁ

ଓଡ଼ିଶା ତାଜା ନ୍ୟୁଜ୍/୧୪,ଜୁଲାଇ , ଗୁରୁବାର/ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ମାନ୍ୟବର ଲୋକ ସଭା ସାଂସଦ ଚନ୍ଦ୍ର ଶେଖର ସାହୁଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇ ଯାଇଛି।ଏହି ବୈଠକରେ ଗଜପତି ଜିଲ୍ଲା ପାଳ ଲିଙ୍ଗରାଜ ପଣ୍ଡା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ,ପୁର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ,

ଗ୍ରାମ୍ୟ ଉନ୍ନୟନ ସହକାରୀ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଭିନ୍ନ ବ୍ଳକର ଅଧ୍ୟକ୍ଷ, ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା ପ୍ରମୁଖଙ୍କ ସହ ବିଭାଗର ବିଭିନ୍ନ ଯନ୍ତ୍ରୀ ଓ ସହକାରୀ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ବୈଠକରେ ରାସ୍ତା ଉନ୍ନତି ଏବଂ ଭିତ୍ତି ଭୂମି ପରିଯୋଜନା, ଜିଲ୍ଲା ବିଦ୍ୟୁତ କମିଟି, ମୋବାଇଲ ସେବାର ସୁପ୍ରସାର, ପ୍ରଧାନ ମନ୍ତ୍ରୀ ସଡକ ଯୋଜନା ଓ ପୁର୍ତ୍ତ ବିଭାଗର ବିଭିନ୍ନ ପ୍ରକଳ୍ପ ଉପରେ ଆଲୋଚନା ହୋଇ ଥିଲା । ଏହି ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Exit mobile version