
ଓଡ଼ିଶା ତାଜା ନ୍ୟୁଜ୍/୧୭ ଜୁଲାଇ ରବିବାର /ଭୁବନେଶ୍ୱର :- ଗଲ୍ଫ ଓଡ଼ିଆ ଆସୋସିଏସନ (ଗଓଆ) ର ପଞ୍ଚମ ବାର୍ଷିକ ଉତ୍ସବ ଭୁବନେଶ୍ୱରଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଗଓଆ ତରଫରୁ ଭୁବନେଶ୍ୱରଠାରେ ଏକ ବିଶାଳ ମହୋତ୍ସବର ଆୟୋଜନ କରାଯାଇଥିଲା । ଏହି ସମାବେଶରେ ମଧ୍ୟପ୍ରାଚ୍ୟସ୍ଥିତ ସାଉଦି ଆରବ, କାତାର, ଓମାନ, କୁଏତ, ବାହାରିନ, ୟୁଏଇ ଏବଂ ଆବୁଧାବିରେ ଅବସ୍ଥାପିତ ଶତାଧିକ ଗଓଆର ପ୍ରବାସୀ ଓଡ଼ିଆ ସଦସ୍ୟ ସେମାନଙ୍କର ପରିବାରବର୍ଗଙ୍କ ସହିତ ଆସି ଯୋଗ ଦେଇଥିଲେ ।

