Home ଓଡ଼ିଶା ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷାରେ ସେଞ୍ଚୁରିୟନ୍ ଛାତ୍ରଛାତ୍ରୀଙ୍କ ସଫଳତା by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ଓଡ଼ିଶା ତାଜା ନ୍ୟୁଜ (୨୫ ଜୁଲାଇ ସୋମବାର) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ସେଞ୍ଚୁରିୟନ୍ ପବ୍ଲିକ ସ୍କୁଲର ସଫଳତାରେ ଆଉ ଗୋଟିଏ ଫର୍ଦ୍ଦ ଯୋଡ଼ି ହୋଇଛି । ସିବିଏସଇଦ୍ଵାରାପ୍ରକାଶ ପାଇଥିବା ଦଶମ ଓ ଦ୍ଵାଦଶ ଶ୍ରେଣୀ ପରୀକ୍ଷାରେ ଶତ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି ।ଦ୍ଵାଦଶ ଶ୍ରେଣୀ ପରୀକ୍ଷାରେ ଇଶ୍ରିତା ମିଶ୍ର ୯୩.୬ ପ୍ରତିଶତ ନମ୍ବର ରଖି ବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଗୌତମ ଚରିତ ୯୩.୨ ପ୍ରତିଶତ,ପୂର୍ଣ୍ଣିମା ପଟ୍ଟନାୟକ ୯୨.୪ ପ୍ରତିଶତ , ରୋଜାଲିନ ପଣ୍ଡା ୯୦.୮ ପ୍ରତିଶତ ଏବଂ ବିବେକ ପାତ୍ର ୯୦.୬ ପ୍ରତିଶତ ନମ୍ବର ରଖିଛନ୍ତି । ସେହିପରି ଦଶମ ଶ୍ରେଣୀ ପରୀକ୍ଷାରେ ରାହୁଲ ଗୌଡ଼ ୯୮.୮ ପ୍ରତିଶତ ନମ୍ବର ରଖି ବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ତନିଶା ପାତ୍ର୯୮.୨ ପ୍ରତିଶତ , ଆଶିଷପାଣିଗ୍ରାହୀ ୯୩.୪ ପ୍ରତିଶତ , ଶ୍ରୀସାଇ ଶ୍ରୀନିବାସ ପଣ୍ଡା ୯୩ପ୍ରତିଶତ ନମ୍ବର ରଖିଛନ୍ତି।ଦଶମ ଶ୍ରେଣୀ ପରୀକ୍ଷାରେମୋଟ ୧୧୩ଜଣ ପରୀକ୍ଷାର୍ଥୀଙ୍କମଧ୍ୟରୁ ୧୪ଜଣ ପରୀକ୍ଷାର୍ଥୀ ୯୦ପ୍ରତିଶତରୁ ଅଧିକା ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି।ଶତ ପ୍ରତିଶତ ସଫଳତା ହାସଲ କରିଥିବାରୁ ସମସ୍ତ ବିଦ୍ୟାର୍ଥୀ ମାନଙ୍କୁ ବିଦ୍ୟାଳୟର ଭାଇସ୍ ପ୍ରେସିଡେଣ୍ଟ ଡି.ଏନ୍.ରାଓ, ପ୍ରିନ୍ସିପାଲ୍ ଶ୍ରୀମତୀ ସୁନୀତା ପାଣିଗ୍ରାହୀ, ଆଞ୍ଚଳିକନିର୍ଦ୍ଦେଶକ ସମ୍ବିତପାତ୍ର ,ପ୍ରଶାସନିକ ଅଧିକାରୀ ପ୍ରଦୀପ ପଣ୍ଡା ,ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏବଂ କର୍ମଚାରୀ ବୃନ୍ଦ ବିଦ୍ୟାର୍ଥୀମାନଙ୍କୁଅଭିନନ୍ଦନ ଜଣାଇବା ସହ ସେମାନଙ୍କର ଉଜ୍ବଳ ଭବିଷ୍ୟତ ନିମନ୍ତେ କାମନା କରିଛନ୍ତି । Categories: ଓଡ଼ିଶା, ଗଜପତି, ହୋମ୍ Related Content ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ by Proprietor Abhimanyu Maharana August 9, 2026 ସମୀକ୍ଷାର ବାର୍ଷିକ ଉତ୍ସବରେ ବାଲିପାଟଣା ପ୍ରେସ କ୍ଲବ ସମ୍ମାନିତ by Proprietor Abhimanyu Maharana August 9, 2026 ଭିଜିଲାନ୍ସ ଜାଲରେ ଏଡିଇଓ by Proprietor Abhimanyu Maharana August 9, 2026 ବାଣପୁର ସବ୍-ରେଜିଷ୍ଟ୍ରାରଙ୍କ ବଦଳି କେବେ! କାର୍ଯ୍ୟକଳାପକୁ ନେଇ ବଢ଼ୁଛି ଜନଅସନ୍ତୋଷ, ଉଠୁଛି ବିଭିନ୍ନ ପ୍ରଶ୍ନ by Proprietor Abhimanyu Maharana August 9, 2026 ବିଶ୍ୱ ସ୍ତନ୍ୟପାନ ସପ୍ତାହ ୨୦୨୬ ପାଳନ ଅବସରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା by Proprietor Abhimanyu Maharana August 9, 2026 ନୂଆ ହୋଣ୍ଡା ଜେଡ୍ଆର୍-ଭିର ବଜାର ପ୍ରବେଶ by Proprietor Abhimanyu Maharana August 9, 2026