
ଓଡ଼ିଶା ତାଜା ନ୍ୟୁଜ (୩୧ ଜୁଲାଇ ରବିବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଯୋଜନାରେ ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀର ୩୧.୭୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କୁ ବିଜ୍ଞାନ ଓ କାରିଗରୀ କୌଶଳ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଶୁଭାରମ୍ଭ କରିଛନ୍ତି ।

