
ଓଡ଼ିଶା ତାଜା ନ୍ୟୁଜ (୧୦ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :- ବିଭିନ୍ନ ତଟ୍ଟ-ନିରାପତ୍ତା ସଂସ୍ଥାମାନଙ୍କ ମଧ୍ୟରେ ପୂର୍ଣ୍ଣ କ୍ଷେତ୍ରସ୍ତରୀୟ ସମନ୍ୱୟରଖି ତଟ୍ଟ ସୁରକ୍ଷାକୁ ଦୃଢ଼ିଭୁତ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ଆଜି ଚିଲିକାସ୍ଥିତ ଭାରତୀୟ ନୌବାହିନୀ ଷ୍ଟେସନ୍ଠାରେ ଅନୁଷ୍ଠିତ ତଟ୍ଟସୁରକ୍ଷା ନିମନ୍ତେ ଗଠିତ ଆପେକ୍ସ କମିଟି ବୈଠକରେ ଅଧ୍ୟକ୍ଷତାକରି ଶ୍ରୀ ମହାପାତ୍ର ଏହି ନିର୍ଦ୍ଦେଶ ଦେଇଥିଲେ । ଓଡ଼ିଶାର ପୂର୍ବତଟ୍ଟସୁରକ୍ଷା ନିମନ୍ତେ ପ୍ରତିଷ୍ଠା କରାଯାଇଥିବା ତଟ୍ଟସୁରକ୍ଷା ପୋଲିସ୍ ଷ୍ଟେସନ୍, କୋଷ୍ଟଗାର୍ଡ, ନୌବାହିନୀ, ବିଭିନ୍ନ ବନ୍ଦର କର୍ତ୍ତୁପକ୍ଷ, ମତ୍ସ ଓ ପଶୁସଂପଦ ବିଭାଗ, ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଆଦି ପରସ୍ପର ମଧ୍ୟରେ ଇଣ୍ଟେଲିଜେନସ୍ର ନିୟମିତ ଆଦାନ ପ୍ରଦାନ କରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

