Home ଓଡ଼ିଶା ରାଜ୍ୟସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ : ପୁରସ୍କୃତ ହେଲେ ତନ୍ତୁବାୟ ସହଯୋଗ ସମିତି – ଯୋଗଦେଲେ ଜାତୀୟ ଓ ରାଜ୍ୟ ପୁରସ୍କାରପ୍ରାପ୍ତ ବୁଣାକାରଙ୍କ ସହ ଅନେକ ବୁଣାକାର ଭାଇଭଉଣୀ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ଓଡ଼ିଶା ତାଜା ନ୍ୟୁଜ (୧୦ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :- ଆଜି ୭ ଅଗଷ୍ଟ ୨୦୨୨ । ସମଗ୍ର ଦେଶରେ ପାଳିତ ହେଉଛି ‘ଅଷ୍ଟମ ଜାତୀୟ ହସ୍ତତନ୍ତ ଦିବସ’। ପ୍ରତ୍ୟେକ ଭାରତୀୟ ଭିତରେ ଆମର ଐତିହ୍ୟସଂପନ୍ନ ଓ ବହୁପୁରାତନ ପାରମ୍ପରିକ ହସ୍ତତନ୍ତ କଳା ପ୍ରତି ଆଗ୍ରହ ସୃଷ୍ଟି କରିବା ଏବଂ ଏହି ସଂସ୍କୃତି ଓ କଳା ସହିତ ବଂଶାନୁକ୍ରମେ ଜଡ଼ିତ ବୁଣାକାରମାନଙ୍କ ସମ୍ମାନାର୍ଥେ ଏହି ଦିବସକୁ ପାଳନ କରାଯାଉଛି । ଭାରତବର୍ଷରେ ଓଡ଼ିଶାର ରୁଦ୍ଧିମନ୍ତ ହସ୍ତତନ୍ତ ବସ୍ତ୍ର ବିଶେଷତଃ ବାନ୍ଧବସ୍ତ୍ରର ଏକ ସ୍ୱତନ୍ତ୍ର ସ୍ଥାନ ରହିଛି । ସର୍ବୋପରି ଏହି ହସ୍ତତନ୍ତ କ୍ଷେତ୍ର ଲକ୍ଷ ଲକ୍ଷ ଗ୍ରାମୀଣ ବୁଣାକାରଙ୍କୁ ଜୀବିକା ଯୋଗାଇବାରେ ସମର୍ଥ ହୋଇପାରିଛି । ଅଗଷ୍ଟ ୭ ତାରିଖକୁ ହସ୍ତତନ୍ତ ଦିବସ ରୂପେ ପାଳନ କରିବାର ତାତ୍ପର୍ଯ୍ୟ ରହିଛି । ୧୯୦୫ ମସିହାରେ ଏହି ତାରିଖରେ କଲିକତାର ଟାଉନ୍ ହଲ୍ରେ ଆୟୋଜିତ ସ୍ୱଦେଶୀ ଆନ୍ଦୋଳନରେ ବିଦେଶୀ ବସ୍ତ୍ର ବର୍ଜନ କରି ସ୍ୱଦେଶୀ ବସ୍ତ୍ର ପରିଧାନ କରିବା ପାଇଁ ସିଦ୍ଧାନ୍ତ ଗ୍ରହଣ କରାଯାଇଥିଲା । ଏଣୁ ଭାରତର କଳା ସଂସ୍କୃତିକୁ ରୁଦ୍ଧିମନ୍ତ କରିଥିବା ହସ୍ତତନ୍ତ କଳାକୁ ସର୍ବଜନବିଦିତ କରିବା ତଥା ସଂରକ୍ଷିତ କରି ଏହାକୁ ପ୍ରୋତ୍ସାହିତ କରିବା ପାଇଁ ଏହି ଦିନଟିକୁ ସର୍ବଭାରତ ସ୍ତରରେ ଜାତୀୟ ହସ୍ତତନ୍ତ ଦିବସ ରୂପେ ପାଳନ କରାଯାଉଛି । ଏହାର ମୂଳଲକ୍ଷ ହେଉଛି ଏହି କ୍ଷେତ୍ର ସହ ଜଡ଼ିତ ଅଗଣିତ ବୁଣାକାରଙ୍କ ମନରେ ସ୍ୱାଭିମାନ ଜାଗ୍ରତ କରିବା ସଙ୍ଗେ ସଙ୍ଗେ ସେମାନଙ୍କ ବୃତ୍ତିକୁ ଓ ସେମାନଙ୍କ ଦ୍ୱାରା ଉତ୍ପାଦିତ ବସ୍ତ୍ରକୁ ସୁଦୂରପ୍ରସାରୀ କରାଇ ସେମାନଙ୍କୁ ସ୍ୱାବଲମ୍ବୀ କରାଇବା ା ଆଜି ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ ା ଓଡ଼ିଶା ହସ୍ତତନ୍ତର ଆଦିଭୂମି ଭାବେ ବିଶ୍ୱପ୍ରସିଦ୍ଧ ବୋଲି ସେ ପ୍ରକାଶ କରିଥିଲେ । ବୁଣାକାର ଓ କାରିଗରମାନଙ୍କୁ ଏହି ଅବସରରେ ଶୁଭେଚ୍ଛା ଜଣାଇବା ସହିତ ସେମାନଙ୍କର ସମୃଦ୍ଧି କାମନା କରିଥିଲେ । ବୟନ ଓ ହସ୍ତତନ୍ତ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ କୁମାର ଦାଶ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଭୁବନେଶ୍ୱର(କେନ୍ଦ୍ର ) ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ସଂପର୍କରେ ବକ୍ତବ୍ୟ ରଖିଥିଲେ । ବୟନିକାର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଶ୍ୟାମଭକ୍ତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଉତ୍ସବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଓଡ଼ିଶାର ଗର୍ବ ଓ ଗୌରବ ଅନେକ ସନ୍ଥକବିର, ଜାତୀୟ ଓ ରାଜ୍ୟ ପୁରସ୍କାରପ୍ରାପ୍ତ ବୁଣାକାରଙ୍କ ସହ ଅନେକ ବୁଣାକାର ଭାଇଭଉଣୀ ଯୋଗଦେଇଛନ୍ତି । ଏହି ଜାତୀୟ ହସ୍ତତନ୍ତ ଦିବସରେ ନିରବଚ୍ଛିନ୍ନ ଭାବେ ୭୫ ବର୍ଷରୁ ଅଧିକ ସମୟ ଧରି ରାଜ୍ୟରେ ବୁଣାକାରଙ୍କ ସେବାରେ କାର୍ଯ୍ୟରତ ଥିବା ପଦ୍ମନାଭପୁର ତନ୍ତୁବାୟ ସହଯୋଗ ସମିତି, ବ୍ରହ୍ମପୁର, ଗଞ୍ଜାମ, ସଦରଥାନା ତନ୍ତୁବାୟ ସହଯୋଗ ସମିତି, ଖୋର୍ଦ୍ଧା ଏବଂ ଖୋର୍ଦ୍ଧା ତନ୍ତୁବାୟ ସହଯୋଗ ସମିତି, ଖୋର୍ଦ୍ଧାଙ୍କୁ ପ୍ରତ୍ୟେକ ଏକ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା । ସେହିପରି ବିଗତ ତିନି ବର୍ଷର ହାରାହାରି ବ୍ୟବସାୟକୁ ଆଧାର କରି ସର୍ବାଧିକ ହସ୍ତତନ୍ତ ବସ୍ତ୍ର ବ୍ୟବସାୟ କରିଥିବା ଗମିଲୋ ତନ୍ତୁବାୟ ସହଯୋଗ ସମିତି, ଆଠଗଡ଼, କଟକଙ୍କୁ ପ୍ରଥମ ପୁରସ୍କାର ବାବଦରେ ତିନି ଲକ୍ଷ ଟଙ୍କା, ଜାଲପାଲି ତନ୍ତୁବାୟ ସହଯୋଗ ସମିତି, ବରଗଡ଼ଙ୍କୁ ଦ୍ୱିତୀୟ ପୁରସ୍କାର ବାବଦରେ ୨ ଲକ୍ଷ ଟଙ୍କା ଏବଂ ଲୁରୁପାଲି ତନ୍ତୁବାୟ ସହଯୋଗ ସମିତି, ବରଗଡ଼ଙ୍କୁ ତୃତୀୟ ପୁରସ୍କାର ଭାବେ ଏକ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା । ଓଡ଼ିଶା ସରକାରଙ୍କ ବୟନିକା ଓ ବୟନଶିଳ୍ପ ନିର୍ଦ୍ଦେଶାଳୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ ଏହି ଉତ୍ସବକୁ ସଂଚାଳନ କରିଥିବା ସୂଚନା ଓ ଲୋକସଂପର୍କ ବିଭାଗର ସହକାରୀ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀଙ୍କ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ସୁନ୍ଦରଗଡ଼ର ମୟୂରୀ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ପାରମ୍ପରିକ ଲୋକନୃତ୍ୟ ପରିବେଷିତ ହୋଇଥିଲା । Categories: ଓଡ଼ିଶା, ମହାନଗର, ହୋମ୍ Related Content ରଣପୁର ଶ୍ରୀମନ୍ଦିରରେ ଭକ୍ତିମୟ ପରିବେଶରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧା ମୂର୍ତ୍ତି by Proprietor Abhimanyu Maharana June 29, 2026 Lovely Professional University Successfully Conducts 2nd Edition of "Experience LPU – A Day of Lifetime Inspiration" in Pune, Maharashtra by Proprietor Abhimanyu Maharana June 29, 2026 ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ by Proprietor Abhimanyu Maharana June 29, 2026 "ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ" by Proprietor Abhimanyu Maharana June 29, 2026 ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ by Proprietor Abhimanyu Maharana June 28, 2026 ସମଲେଶ୍ୱରୀ ପୀଠରେ "ସାତବହନୀ" ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ by Proprietor Abhimanyu Maharana June 28, 2026