
ଓଡ଼ିଶା ତାଜା ନ୍ୟୁଜ (୧୧ ଅଗଷ୍ଟ ଗୁରୁବାର) ମାଳତୀ ପାଟପୁର :- ପୁରୀ ଯିବା ବେଳେ ବାଟରେ ଏକ ଗ୍ରାମ ପଡେ ଯାହାର ନାଁ “ମାଳତୀ ପାଟପୁର”। ପୂର୍ବରୁ ସେ ଗାଁର ନାଁ ଥିଲା ପାଟପୁର , ସମୟକ୍ରମେ ଏହାର ନାମ ପରିବର୍ତ୍ତନ କରାଗଲା ମାଳତୀ ପାଟପୁର । ଏହାର ନାମ ପରିବର୍ତ୍ତନ ହେବା ପଛରେ ଏକ ସୁନ୍ଦର କୋହଭରା କାହାଣୀ ଅଛି । ପାଟପୁର ଗ୍ରାମର ଏକ ଗରିବ ପରିବାରରେ ଥିଲେ ସ୍ଵାମୀ ,ସ୍ତ୍ରୀ ସେମାନଙ୍କର ଗୋଟିଏ ପୁଅ ଏବଂ ଗୋଟିଏ ଛୋଟ ଝିଅ ନାଁ ତାର ମାଳତୀ । ପର ବିଲରେ ମୂଲ ଲାଗି ପୁରୁଷଟି ଯେତିକି କମାଏ ଚାରି ପ୍ରାଣୀ କୁଟୁମ୍ବ ବିନା କୌଣସି ଅଭିଯୋଗରେ ଖୁସିରେ ଖୁସିରେ ଚଳି ଯାଉଥିଲେ l

