
ଓଡ଼ିଶା ତାଜା ନ୍ୟୁଜ (୧୩ ଅଗଷ୍ଟ ଶନିବାର ) ଭୁବନେଶ୍ୱର :- ଓଡ଼ିଶାରେ ନୂଆ ବିବାହ କରିବାକୁ ଯାଉଥିବା ଯୋଡ଼ିଙ୍କୁ ନବଦମ୍ପତି ବିବାହ ଉପହାର ପ୍ରଦାନ କରାଯିବ । ସ୍ୱାସ୍ଥ୍ୟ ବିଭାଗର ଏନଆରଏଚଏମ୍ ତରଫରୁ ଦିଆଯିବ “ନବଦମ୍ପତି ଗିଫ୍ଟ” । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ଓ ଏନଆରଏଚଏମ୍ ନିର୍ଦେଶିକା ଶାଲୀନି ପଣ୍ଡିତ ସୂଚନା ଦେଇଛନ୍ତି । ସେମାନେ କହିଛନ୍ତି, ନବଦମ୍ପତିମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ବିବାହ ଉପହାର ଯୋଜନା ଆରମ୍ଭ କରାଯାଉଛି ।

