ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ୭୫ଟି ଦୀପଦାନ ଓ ଜାତୀୟ ସଙ୍ଗୀତ ଗାନ

ଓଡ଼ିଶା ତାଜା ନ୍ୟୁଜ (୧୩ ଅଗଷ୍ଟ ଶନିବାର ) ବାଲିଗୁଡ଼ା :- ସ୍ବାଧିନତାର ୭୫ ବର୍ଷ6 ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି “ଆଜାଦୀ କା ଅମୃତ୍ ମହୋତ୍ସବ” । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ମୁଣ୍ଡାସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଦ୍ବାରା ୭୫ଟି ଦୀପଦାନ ସହ ଜାତୀୟ ସଙ୍ଗୀତ ଗାନ କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ଉପଖଣ୍ଡ ସ୍ତରୀୟ ଉତ୍ସବ ପାଳନ କମିଟିର ଯୁଗ୍ମ ସମ୍ପାଦକ ତଥା ଶିକ୍ଷକ ତୀର୍ଥବାସୀ ଘଡ଼େଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ଦେଶ କିଭଳି ସ୍ବାଧୀନତା ଲାଭ କରିଥିଲା ଏବଂ ଦେଶ ସ୍ବାଧିନରେ ମହାପୁରୁଷମାନଙ୍କ ଭୁମିକା ଓ ବଳୀୟାନ ବିଷୟରେ ଆଲୋକପାତ କରିଥିଲେ।

ଏଥିସହିତ ଆଜିଠାରୁ ଅର୍ଥାତ୍ ଅଗଷ୍ଟ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଘରେଘରେ ତ୍ରିରଙ୍ଗା ଉଡ଼ାଇବା ସହ ଭାରତ ମା’ର ସେବାରେ ନିଜକୁ ଉତ୍ସର୍ଗୀକୃତ କରିବାସହ ନିଜକୁ ଗୌରାବନ୍ବିତ ମନେକରିବାକୁ ଆହ୍ବାନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜିତ୍ ନାୟକ, ସହକାରୀ ଶିକ୍ଷକ ସୁରେନ୍ଦ୍ର କୁମାର ଦାଶ ଓ ତପନ ଦିଗାଳଙ୍କ ସହ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

Exit mobile version