ଓଡ଼ିଶା ତାଜା ନ୍ୟୁଜ (୧୪ ଅଗଷ୍ଟ ରବିବାର ) ନୟାଗଡ଼ :- ୨୯ ଗୋଟି ପଞ୍ଚାୟତରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଅବସରରେ ଏହାକୁ ସ୍ମରଣୀୟ କରିବା ନିମନ୍ତେ ନୟାଗଡ଼ ବ୍ଲକ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତଥା ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ ପରାମର୍ଶକ୍ରମେ ନୟାଗଡ଼ ବ୍ଲକର ସମସ୍ତ ୨୯ ଗୋଟି ପଞ୍ଚାୟତରେ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଛି ।

ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୁବ ବିଜେଡି ମହାସଚିବ ତଥା ମୁଖପାତ୍ର ଏଲିନା ଦାସ ଓ ନୟାଗଡ଼ ଜିଲ୍ଲା ବିଜୁ ଛାତ୍ର ଜନତା ଦଳର ପର୍ଯ୍ୟବେକ୍ଷକ ଦେବସ୍ମିତା ଦାସ ଯୋଗ ଦେଇ ବୃକ୍ଷରୋପଣରେ ସାମିଲ ହେବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ସଦାସର୍ବଦା ସାମାଜିକ କାର୍ଯ୍ୟକ୍ରମକୁ ପ୍ରାଧାନ୍ୟ ଦେଇ ଆସିଛି ।
