ସର୍ଭେରୁ ଜଣାପଡ଼ିଛି ଯେ ୩୩ ପ୍ରତିଶତ : ବାଇକ ଚାଳକଙ୍କ ମୃତ୍ୟୁ – କେବଳ ବିନା ହେଲମେଟ୍ ଯୋଗୁ ହିଁ ହୋଇଛି

ଅଗଷ୍ଟ ୧୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ : ରାଜ୍ୟରେ ହେଲମେଟ୍ ଚେକିଂ କଡ଼ାକଡ଼ି କରାଯିବାକୁ – ପରିବହନ କମିସନର ରାଜ୍ୟର ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି 

ଓଡ଼ିଶା ତାଜା ନ୍ୟୁଜ (୧୪ ଅଗଷ୍ଟ ରବିବାର ) ଭୁବନେଶ୍ୱର :- ଏକ ସର୍ଭେରୁ ଜଣାପଡ଼ିଛି ଯେ ୩୩ ପ୍ରତିଶତ ବାଇକ ଚାଳକଙ୍କ ମୃତ୍ୟୁ କେବଳ ବିନା ହେଲମେଟ୍ ଯୋଗୁ ହିଁ ହୋଇଛି । ଦିନକୁ ଦିନ ବାଇକ୍ ଚାଳକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁ ବଢ଼ିବାରେ ଲାଗିଥିବାରୁ ଏହା ରାଜ୍ୟ ପାଇଁ ଏକ ଉଦବେଗଜନ ପ୍ରସଂଗ ହୋଇଛି ।

 

ବିନା ହେଲମେଟରେ ଗାଡ଼ି ଚଳାଉଥିବା ବ୍ୟକ୍ତି ଏବଂ ତାଙ୍କ ପଛରେ ବସୁଥିବା ସହଯାତ୍ରୀ ହେଲମେଟ୍ ନ ପିନ୍ଧିଥିଲେ ୧ ହଜାର ଟଙ୍କା ଜରିମାନା ଏବଂ ୩ ମାସ ପର୍ଯ୍ୟନ୍ତ ଗାଡ଼ି ଲାଇସେନ୍ସ ବାତିଲ୍ କରିବାର ବ୍ୟବସ୍ଥା ମୋଟର ଯାନ ଆଇନରେ ଥିବା ବେଳେ ଏହାକୁ କଡ଼ାକଡ଼ି କରିବାକୁ ପରିବହନ କମିସନର ନିଷ୍ପତ୍ତି ନେଇଛନ୍ତି ।

ଆସନ୍ତା ଅଗଷ୍ଟ ୧୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହେଲମେଟ୍ ଚେକିଂ କଡ଼ାକଡ଼ି କରାଯିବାକୁ ପରିବହନ କମିସନର ରାଜ୍ୟର ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଚଢ଼ଉ ସକାଳ ୯ଟାରୁ ଦିନ ୨ଟା ଏବଂ ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ ।

ଏହି ଚଢ଼ଉ ଜାତୀୟ ରାଜପଥ, ରାଜ୍ୟ ରାଜପଥ, ବ୍ଲାକ୍ ସ୍ପଟ୍ ଚିହ୍ନଟ ହୋଇଥିବା ସ୍ଥାନ ମାନଙ୍କରେ କରାଯିବ । ଯଦି ଆବଶ୍ୟକ ପଡ଼େ ତେବେ ଆରଟିଓ ପୁଲିସ ସହାୟତା ପାଇଁ ଜିଲ୍ଲା ସ୍ତରରେ ଏସପିଙ୍କୁ ଏ ସଂକ୍ରାନ୍ତରେ ଅବଗତ କରିବେ ।

Exit mobile version