
ଓଡ଼ିଶା ତାଜା ନ୍ୟୁଜ (୧୪ ଅଗଷ୍ଟ ରବିବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ମହିପୁର ନୋଡାଲ ଉଚ୍ଚ ବିଦ୍ୟାଳୟ ରେ ନୂଆଗାଁ ବ୍ଲକ୍ ଗଣଶିକ୍ଷକ ଓ ପ୍ରାଥମିକ ଶିକ୍ଷକ ( ଏକ୍ସ କ୍ୟାଡ଼ର ) ସଂଘ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂଘ ର ସଭାପତି ପ୍ରକାଶ କୁମାର ବେହେରା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଦାୟିତ୍ୱରେ ଥିବା ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଉମେଶ ଚନ୍ଦ୍ର କର,ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜ୍ୟୋତ୍ସ୍ନାରାଣୀ ସେଠୀ,ସମ୍ମାନୀତ ଅତିଥି ଭାବେ ଜିଲ୍ଲା ସଂଘର ସଭାପତି ଉମେଶ ଚନ୍ଦ୍ର ସ୍ୱାଇଁ, କୋଷାଧ୍ୟକ୍ଷ ସୁକାନ୍ତ ଦାସ,ନୂଆଗାଁ ବ୍ଲକ୍ ସଂଘର ସମ୍ପାଦକ ସୁଧି ରଞ୍ଜନ ପରିଡ଼ା, ଉପଦେଷ୍ଟା ଦୟାନିଧି ସାହୁ ପ୍ରମୁଖ ଯୋଗ ଦେଇଥିଲେ ।

