
ଓଡ଼ିଶା ତାଜା ନ୍ୟୁଜ (୧୫ ଅଗଷ୍ଟ ସୋମବାର ) ଭୁବନେଶ୍ୱର :- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ୭୬ତମ ପବିତ୍ର ସ୍ୱାଧୀନତା ଦିବସ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କଂଗ୍ରେସ ସେବାଦଳ ପକ୍ଷରୁ ପରିଚାଳିତ ପତାକା ଉତୋଳନ କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଜାତୀୟ ପତାକା ଉତୋଳନ କରି ରାଜ୍ୟବାସୀ ତଥା ଉପସ୍ଥିତ କଂଗ୍ରେସ ନେତୃବୃନ୍ଦ, କଂଗ୍ରେସ କର୍ମୀ ଓ ଶୁଭେଚ୍ଛୁ ମାନଙ୍କୁ ପବିତ୍ର ସ୍ୱାଧୀନତା ଦିବସ ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇବା ସହ ସ୍ୱାଧୀନତା ସଂଗ୍ରାମରେ ସହିଦ ହୋଇଥିବା ସଂଗ୍ରାମୀ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି ଅବସରରେ ସଭାପତି ଶ୍ରୀଯୁକ୍ତ ପଟ୍ଟନାୟକ ଉଦ୍ବୋଧନ ଦେଇ କହିଲେ ଯେ ଭାରତବର୍ଷର ସ୍ୱାଧୀନତାପ୍ରାପ୍ତି ପାଇଁ ଏ ଦେଶର କୋଟି କୋଟି ଜନଗଣ ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ସ୍ୱାଧୀନତା ସଂଗ୍ରାମରେ ଝାସ ଦେଇଥିଲେ ।
