
ଓଡ଼ିଶା ତାଜା ନ୍ୟୁଜ (୧୭ ଅଗଷ୍ଟ ବୁଧବାର ) ବାଲିଗୁଡ଼ା :- ଆସନ୍ତାକାଲି ପବିତ୍ର ଜନ୍ମାଷ୍ଟମୀ, ଏହି ତିଥିରେ ପାଳନ ହେଉଛି ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୪ତମ ଶ୍ରାଦ୍ଧ ବାର୍ଷୀକି । ଏନେଇ ସମଗ୍ର କନ୍ଧମାଳ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଜଲେଶପଟ୍ଟା ଆଶ୍ରମରେ ଚାଲିଛି ଜୋରଦାର୍ ପ୍ରସ୍ତୁତି । ଏଥିରେ ବହୁ ସନ୍ଥ ଓ ଶତାଧିକ ସ୍ବାମୀଜୀଙ୍କ ଶ୍ରଦ୍ଧାଳୁ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ପ୍ରକାଶ ଯେ, ୨୦୦୮ ମସିହା ଅଗଷ୍ଟ ୨୩ ତାରିଖରେ କନ୍ଧମାଳ ଜିଲ୍ଲା ଜଲେଶପଟ୍ଟା ଆଶ୍ରମରେ ଜନ୍ମାଷ୍ଟମୀ ଉତ୍ସବ ପାଳନ ହେଉଥିବାବେଳେ ସ୍ବାମୀଜୀଙ୍କ ସମେତ ତାଙ୍କର ଚାରିଜଣ ସହଯୋଗୀଙ୍କୁ ଅତି ନିର୍ମମଭାବେ ହତ୍ୟା କରିଥିଲେ କିଛି ଆତତାୟୀ । ଏହାପରେ ଦଙ୍ଗା ପରିସ୍ଥିତି ସୃଷ୍ଟି ହୋଇଥିଲା ସାରା ଜିଲ୍ଲାରେ ।

