Home ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀଙ୍କ କଳା ବ୍ୟାଚ ପରିଧାନ କରି ବିକ୍ଷୋଭ ପ୍ରଦର୍ଶନ – ୧୩ ତମ ଦିନରେ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ଜିଲ୍ଲା ସ୍ଥରୀୟ ସାଧାରଣ ସଭା ଏବଂ ସାମ୍ବାଦିକ ସମ୍ମିଳନୀ କରି “୧୧ ସେପ୍ଟେମ୍ବର ଭୁବନେଶ୍ୱର ଚାଲ”ର ପ୍ରସ୍ତୁତି ଓଡ଼ିଶା ତାଜା ନ୍ୟୁଜ (୨୮ ଅଗଷ୍ଟ ରବିବାର ) ଭୁବନେଶ୍ୱର :- ଓଡିଶାରୁ ଚୁକ୍ତିଭିତ୍ତିକ ନିଯୁକ୍ତି ସମ୍ପୂର୍ଣ୍ଣ ଉଚ୍ଛେଦ ଦାବିରେ ରାଜ୍ୟରେ କଳା ବ୍ୟାଚ ପିନ୍ଧି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ୧୩ ତମ ଦିନରେ ପହଂଚିଛି। ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ସମସ୍ତ ଚୁକ୍ତିଭିତ୍ତିକ ଗ୍ରୁପ ବି, ସି ଏବଂ ଡି କର୍ମଚାରୀମାନେ କଳାବ୍ୟାଚ ପରିଧାନ କରିବା ସହିତ ଶାନ୍ତିପୂର୍ଣ ଭାବେ ନିଜର ଯଥୋଚିତ ଦାବି ସରକାରଙ୍କ ନିକଟରେ ଉପସ୍ଥାପନା କରିଛନ୍ତି। ଏହି ବିକ୍ଷୋଭ ପ୍ରଦର୍ଶନ ରେ ଓଡିଶା ସରକାରଙ୍କ ସମସ୍ତ ବିଭାଗ ଯଥା ଶିକ୍ଷା,ସ୍ୱାସ୍ଥ୍ୟ,ବାଣିଜ୍ୟ, ପରିବହନ, ସାମଜିକ ସୁରକ୍ଷା,କୃଷି ଏବଂ ପଶୁସମ୍ପଦ,ଜଙ୍ଗଲ ଏବଂ ପରିବେଶ, ଶ୍ରମ ଆଦି ବିଭିନ୍ନ ବିଭାଗରୁ କାର୍ଯ୍ୟରତ କର୍ମଚାରୀ ମାନେ ପ୍ରତେକ ଜିଲ୍ଲାର ବ୍ଲକ ସ୍ତରରେ ଅବସ୍ଥାପିତ ମୁଖ୍ୟ ଦପ୍ତର ଠାରୁ ଆରମ୍ଭ କରି ଭୁବନେଶ୍ୱର ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ କଳା ବ୍ୟାଚ ପରିଧାନ କରି କାର୍ଯ୍ୟ କରିବା ସହ ମଧ୍ୟାନ ବିରତି ସମୟରେ ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହୋଇ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଏବଂ ୬ ବର୍ଷ ଚୁକ୍ତିଭିତ୍ତିକ ସମୟକୁ ନିୟମିତ ଚାକିରୀରେ ଯୋଗ କରିବା ସହ ସବୁ କ୍ଷେତ୍ରରେ ଗଣନା କରିବା ପାଇଁ ମୁଖ୍ୟ ଦୁଇ ଦାବି ସହ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟରେ ମହଙ୍ଗା ଭତ୍ତା, ଘରଭଡା ଏବଂ ସମସ୍ତ ସରକାରୀ ଅନୁସଙ୍ଗିକ ସୁବିଧା ଇତ୍ୟାଦି ପ୍ରଦାନ ନେଇ ନେଇ କଳା ବ୍ୟାଚ ପରିଧାନ ଏବଂ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ସହ ସାଧାରଣ ସଭା ଏବଂ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ରେ ବିକ୍ଷୋଭ ପ୍ରଦର୍ଶନ କରି ନିଜର ଦାବି ରାଜ୍ୟସରକାର ଙ୍କ ନିକଟରେ ଉପସ୍ଥାପନା କରିଛନ୍ତି । ଗତ ବର୍ଷ ରାଜ୍ୟ ସରକାର ଚୁକ୍ତିଭିତିକ ମହାସଙ୍ଘର ସମସ୍ତ ଦାବି ମାନି ନେଇ କେବଳ ୫୦% ଦରମା ବୃଦ୍ଧି କରି ଆଉ ସବୁ ଦାବି ଦୁଇ ମାସରେ ପୂରଣ କରିବା ବୋଲି ପ୍ରତିଶ୍ରୁତି ଦେଇଥିଲେ କିନ୍ତୁ ଦୁର୍ଭାଗ୍ୟର କଥା ୭୦ ହଜାର କର୍ମଚାରୀଙ୍କ ବିଶ୍ୱାସ ଓ ଭରସା ରଖିଥିଲେ ସରକାର ପ୍ରତିଶ୍ରୁତି ଦେଇଛନ୍ତି ମନେ ନିଶ୍ଚିତ ଭାବରେ ପୂରଣ କରିବେ କିନ୍ତୁ ତାହା ଆଜି ପଯ୍ୟନ୍ତ ପୂରଣ କରିବା ଦୂର କଥା ଆଲୋଚନା ବି କରିଲେ ନାହିଁ, ବହୁତ ବାର ମହାସଙ୍ଘ ରାଜ୍ୟ ସରକାରଙ୍କୁ ଲିଖିତ ଭାବେ ଅବଗତ କରିଥିଲେ ମଧ୍ୟ ସରକାର ପ୍ରତିଶ୍ରୁତି ଦେଇ ତାହା ପୂରଣ କରୁ ନାହାନ୍ତି । ରାଜ୍ୟ ସରକାର ଯଦି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘକୁ ଦେଇଥିବା ପ୍ରତିଶୃତି ଅନୁଯାୟୀ ଦାବିଗୁଡିକୁ ପୂରଣ ନକରନ୍ତି ତେବେ ମହାସଂଘର ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ସେପ୍ଟେମ୍ବର ମାସ ୧୧ ତାରିଖରେ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗ ଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବେ ବୋଲି ଚୁକ୍ତିଭିତିକ ମହାସଂଘର ରାଜ୍ୟ ସଭାପତି ବିଜୟ ମଲ୍ଲ, ସଂଘର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି, ସାଧାରଣ ସଂପାଦକ କ୍ଷିତିଶ୍ ପଣ୍ଡା,ସଙ୍ଘଠନ-ସମ୍ପାଦକ ପ୍ରଶାନ୍ତ ରାଉତରାୟ, ନର୍ସିଂ ସଂଘ ନେତା ଅଶ୍ୱିନୀ ଦାସ,ଶିକ୍ଷକ ନେତା ପୂର୍ଣ୍ଣ ଚନ୍ଦ୍ର ଆଇଚ, ସୁଭ୍ରଜିତ ପ୍ରତିହାରୀ, ବିଶ୍ଵଜିତ ବିଶ୍ଵାଳ,ପଞ୍ଚାନନ ଜେନା, ରାଜେନ୍ଦ୍ର ମଲ୍ଲିକ, ପ୍ରାଥମିକ ଶିକ୍ଷକ ସଂଘର ନେତା ଶ୍ରୀକାନ୍ତ ବାରିକ,ଜନ୍ମୋଜୟ ମାଝୀ, ସ୍ମାରକ ରଞ୍ଜନ ସାହୁ,ମାନସ ପରିଡା, ଆଦିତ୍ୟ ସ୍ଵାଇଁ, ଅକ୍ଷୟ ପାଢି, ଉପ-ସଭାପତି ,ପ୍ରଭାସ ଭୋଇ, ପ୍ରିତୀରଞ୍ଜନ ପ୍ରଧାନ, ଯୁଗ୍ମ ସମ୍ପାଦକ – ଅଶୋକ ଗଉଡ଼, ବାବୁଲ ନାୟକ, ତନ୍ମୟ ଜେନା, ଶ୍ରୀନିବାସ ମହାନ୍ତି, ଅନିତା ବେହେରା, ଅଳକା ମହାନ୍ତି, ରୋଜାଲିତି ପଣ୍ଡା, ଶିବ ଶଙ୍କର ସାହୁ ପ୍ରେସ ରିଲଜ ଦ୍ୱାରା ଜଣାଇଛନ୍ତି । Categories: ଓଡ଼ିଶା, ମହାନଗର, ହୋମ୍ Related Content ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ by Proprietor Abhimanyu Maharana July 1, 2026 ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ by Proprietor Abhimanyu Maharana July 1, 2026 ୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ by Proprietor Abhimanyu Maharana July 1, 2026 ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ by Proprietor Abhimanyu Maharana July 1, 2026 ସ୍ନାନ ପୂର୍ଣ୍ଣିମା ଅବସରରେ ପରିବହନ ବିଭାଗ ପକ୍ଷ ରୁ ୯୫ ଚାଲାଣ, ୯ଲକ୍ଷ ୮୫ହଜାର ଟଙ୍କା ଜରିମାନା ଆଦାୟ by Proprietor Abhimanyu Maharana July 1, 2026 କଟକ ୬ଷ୍ଠ ବାଟାଲିୟନ ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ by Proprietor Abhimanyu Maharana July 1, 2026