ସଂପଡ଼ା କ୍ଳଷ୍ଟର ର ବିଭିନ୍ନ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ଓଡ଼ିଶା ତାଜା ନ୍ୟୁଜ (୩୦ ଅଗଷ୍ଟ ମଙ୍ଗଳବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ସଂପଡ଼ା କ୍ଲଷ୍ଟର ଅଧୀନରେ ଥିବା ମସ୍କାବାରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ସମ୍ମାନୀତ ଅତିଥି ଭାବେ ସରପଞ୍ଚ ବିଭୂତି ଭୂଷଣ ପ୍ରଧାନ,

ସି ଆର୍ ସି ସି ନରେନ୍ଦ୍ର କୁମାର ବେହେରା,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରମୋଦ କୁମାର ପ୍ରଧାନ, ପ୍ରଧାନ ଶିକ୍ଷକ ଜଗନ୍ନାଥ ବେହେରା ପ୍ରମୁଖ ଯୋଗଦେଇ ଛାତ୍ର ଛାତ୍ରୀ ଙ୍କୁ ପୋଷାକ ବଣ୍ଟନ କରିଥିଲେ । ସେହିପରି ପାରାଢ଼ିପି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କପାଗାଡୁ ପ୍ରାଥମିକ ବିଦ୍ୟାଳୟ,କୃଷ୍ଣ ଚନ୍ଦ୍ରପୁର ପ୍ରାଥମିକ ବିଦ୍ୟାଳୟ ଏବଂ କାଣିଗିରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।

Exit mobile version