
ଓଡ଼ିଶା ତାଜା ନ୍ୟୁଜ (୧ ସେପ୍ଟେମ୍ବର ଗୁରୁବାର) ଜୟ ମା ସମଲେଶ୍ବରୀ ଆଏଜ୍ ନୂଆଖାଇ । ଇ ଅବସରଥି ଆପଣମାନକେ ସମସ୍ତକେ ମୋର ଜୁହାର।ନୂଆଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇ ମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ। ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି। ଆଜି ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀଙ୍କୁ 869 କୋଟି ଟଙ୍କାର ସହାୟତା ଦିଆଗଲା । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧା ୨୦୦୦ ଟଙ୍କା ଗଲା ।

