
ଓଡ଼ିଶା ତାଜା ନ୍ୟୁଜ (୦୨ସେପ୍ଟେମ୍ବର ଶୁକ୍ର ବାର) ନୟାଗଡ଼ :- ଅନନ୍ୟା ଫାଉଣ୍ଡେସନ୍ ତରଫରୁ ଆଜି ପଠାଣି ସାମନ୍ତ ସାଂସ୍କୃତିକ ଭବନରେ ଦ୍ଵିତୀୟ ପ୍ରତିଷ୍ଠା ଦିବସ ପାଲନ କରାଯାଇଛି । ଆଜିର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମ୍ବାଦ ଗ୍ରୁପର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ତନୟା ପଟ୍ଟନାୟକ ଯୋଗ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଓଡିଶା ସାହିତ୍ୟ ଏକାଡ଼େମୀର ସଦସ୍ୟ ତଥା ଇଟାମାଟି ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ଅଧ୍ୟାପକ ଅଶୋକ କୁମାର ନାଏକ ଯୋଗ ଦେଇଥିଲେ ।

