Home ଓଡ଼ିଶା କୋଟଗଡ ଥାନା ଅଞ୍ଚଳରେ ମାଓ ପୋଷ୍ଟର : ବିଭିନ୍ନ ରାଜନେତାଙ୍କୁ ମାଓବାଦୀଙ୍କ ଚେତାବନୀ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ଓଡ଼ିଶା ତାଜା ନ୍ୟୁଜ (୩ ସେପ୍ଟେମ୍ବର ଶନିବାର) ବାଲିଗୁଡା :- କନ୍ଧମାଳରେ ପୁଣି ଲାଗିଲା ମାଓବାଦୀଙ୍କ ହାତ ଲେଖା ପୋଷ୍ଟର l ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନାର ଜାମଝୋର ଛକରେ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କ ପ୍ରତିନିଧି ମନୋଜ ସାବତ, ପୂର୍ବତନ ବିଡ଼ିଓ କୈଳାଶ ଚନ୍ଦ୍ର ମୁର୍ମୁ ଓ଼ ବ୍ଲକ କ୍ୟାସିଅର ଛବି ବାବୁଙ୍କ ନାମରେ ଲାଗିଛି ପୋଷ୍ଟର l ବିଭିନ୍ନ ଦୁର୍ନୀତିରେ ଛନ୍ଦିହୋଇ ସରକାରୀ ଅର୍ଥ ହରି ଲୁଟ ଏବଂ ରାଜସ୍ବ ବିଭାଗକୁ ହାତକରି ଜଙ୍ଗଲ ଜମି ନିଜ ଅକ୍ତିଆରକୁ ନେବା ଭଳି ସଙ୍ଗୀନ ଅଭିଯୋଗ ସତ୍ୱେ ଭିଜିଲାନ୍ସ ବିଭାଗ ଧରୁନଥିବାରୁ ମାଓବାଦୀ ସଂଗଠନ ବିରୋଧ କରୁଛି ବୋଲି ପୋଷ୍ଟରେ ଲେଖାଯାଇଛି l ଜ଼ିଲ୍ଲାରେ କିଛି ସାମ୍ବାଦିକ ଶାସକ ଦଳ ଓ଼ ପ୍ରଶାସନର ଗୋଲାମଗିରି କରି ଦୁର୍ନୀତିକୁ ଘଣ୍ଟ ଘୋଡାଉଛନ୍ତି ଆମେ ତାହାର ଖୁଲାସା କରିବୁ l ଭିଜିଲାନ୍ସ ବିଭାଗ ନ ଧରିଲେ ଆମେ ବସନ୍ତ ଭାଟଙ୍କ ପରି ହତ୍ୟା କରିବୁ ବୋଲି ପୋଷ୍ଟରେ ଉଲ୍ଲେଖ ରହିଛି l ସିପିଆଇ ମାଓବାଦୀ ଡିଭିଜନ ବାଘୁନା କମିଟି ବୋଲି ଲଗାଯାଇଥିବା ପୋଷ୍ଟରରେ ଲେଖାଯାଇଛି l ପୋଷ୍ଟର ପରେ ଅଞ୍ଚଳରେ ଭୟର ବାତାବରଣ ଦେଖିବାକୁ ମିଳିଛି l ତେବେ ଏହି ପୋଷ୍ଟର ମାଓବାଦୀ ଲଗାଇଛନ୍ତି ନା ଆଉ କେହି ଦୁର୍ବୁତ୍ତ ମାଓବାଦୀ ନାଁରେ ପୋଷ୍ଟର ଲଗାଇ ଭୟ ସୃଷ୍ଟି କରିବାକୁ ଚେଷ୍ଟା କରୁଛି ତାହା ତଦନ୍ତ କଲେ ଜଣାପଡିବ l Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content Farewell Felicitation Held for Sr. Divisional Commercial Manager, Anil Kumar S, IRTS at Khurda Road Division by Proprietor Abhimanyu Maharana October 8, 2026 ଖୋର୍ଦ୍ଧାରୋଡ଼ ମଣ୍ଡଳରେ ବରିଷ୍ଠ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ ଶ୍ରୀ ଅନିଲ କୁମାର ଏସ୍ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana October 8, 2026 ଚାନ୍ଦପୁର ବସନ୍ତ ମଞ୍ଜରୀ ଚିକିତ୍ସାଳୟର ଏମରଜେନ୍ସି ବେଡ଼ ଅପରିଷ୍କାର ଅବସ୍ଥା by Proprietor Abhimanyu Maharana October 8, 2026 ଟିବି ମୁକ୍ତ ନୟାଗଡ଼ ପାଇଁ ‘ଜୋସ୍’ (JOSH) ଟିମ୍ ଗଠନ : ଟିବି ମୁକ୍ତ ପଞ୍ଚାୟତକୁ ସମ୍ବର୍ଦ୍ଧନା by Proprietor Abhimanyu Maharana October 8, 2026 ନୟାଗଡ଼ ଜିଲ୍ଲାବାସୀଙ୍କ ନୀରବ ସମର୍ଥନ ପାଇଁ ବନ୍ଦ ସମ୍ପୂର୍ଣ୍ଣ ସଫଳ : ଇଣ୍ଡିଆ ମେଣ୍ଟ by Proprietor Abhimanyu Maharana October 8, 2026 ସିଲଭର ଗାନ୍ଧୀଙ୍କୁ ମୁଖ୍ୟମନ୍ତ୍ରୀଙ୍କର ଭବ୍ୟ ସମ୍ବର୍ଦ୍ଧନା by Proprietor Abhimanyu Maharana October 8, 2026