2026 ସୁଦ୍ଧା ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣ କରିବେ, ୨୭ଟି ସେଣ୍ଟର ଅଫ ଏକ୍ସେଲେନ୍ସ ଗଠନ କରାଯିବ
୫ ବର୍ଷରେ ଖର୍ଚ୍ଚ ହେବ ୨୦୦୦ କୋଟି ଟଙ୍କା , ଡ଼ିସେମ୍ବର ଶେଷ ସୁଦ୍ଧା ସ୍ମାର୍ଟ class ରୁମ କାମ ଶେଷ ହେବ.

ଓଡ଼ିଶା ତାଜା ନ୍ୟୁଜ (୧୭ ସେପ୍ଟେମ୍ବର ଶନିବାର ) ଭୁବନେଶ୍ବର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍ନୋଲେଜି (VSSUT)ର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦିତ କରିଛନ୍ତି । 2026ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢିବାର ବ୍ୟବସ୍ଥା କରାଯିବ । ଏଥିପାଇଁ ୩ଟି ପର୍ଯ୍ୟାୟରେ 2000 କୋଟି ଟଙ୍କା ଖର୍ଚ୍ଚ କରାଯିବ ।
