ଓଡ଼ିଶା ତାଜା ନ୍ୟୁଜ (୨୭ ସେପ୍ଟେମ୍ବର ମଙ୍ଗଳବାର ) ଭୁବନେଶ୍ୱର :- ବିଶ୍ୱ ପର୍ଯ୍ୟଟନ ଦିବସ ଉପଲକ୍ଷେ ରାଜ୍ୟ ପର୍ଯ୍ୟଟନ ବିଭାଗ ତରଫରୁ ସକାଳେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ପରେ ଆଜି ସଂଧ୍ୟାରେ ବିଭାଗର ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ଆଜି ବିଶ୍ୱ ପର୍ଯ୍ୟଟନ ଦିବସ ସ୍ଥାନୀୟ ଭଂଜ କଳା ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ରାଜ୍ୟ ପର୍ଯ୍ୟଟନ, ଓଡ଼ିଆ, ଭାଷା, ସାହିତ୍ୟ, ସଂସ୍କୃତି ତଥା ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ଵିନୀ କୁମାର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦଘାଟନ କରିଥିଲେ l ଏହି ଅବସରରେ ମନ୍ତ୍ରୀ ଶ୍ରୀ ପାତ୍ର କହିଲେ ଯେ କରୋନା ମହାମାରୀ ଯୋଗୁଁ ଗତ ଦୁଇବର୍ଷ ହେଲା ଅନ୍ୟ ସମସ୍ତ କ୍ଷେତ୍ର ସମେତ ରାଜ୍ୟ ପର୍ଯ୍ୟଟନ ଶିଳ୍ପ ଗଭୀର ଭାବେ ପ୍ରଭାବିତ ହୋଇଥିଲା l

ଗତ ଦୁଇବର୍ଷ ପୂର୍ବେ ପଯ୍ୟଟନ ଶିଳ୍ପରେ ବ୍ୟାପକ ଉନ୍ନତି ଘଟିଥିଲା l ଏବେ ସ୍ଥିତିରେ ଦ୍ରୁତ ପରିବର୍ତ୍ତନ ଘଟୁଛି l ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ପର୍ଯ୍ୟଟନର ସୁଦୂର ପ୍ରସାରୀ ହେଉଛି l ପର୍ଯ୍ୟଟନରେ ନୂତନ ସୂର୍ଯ୍ୟ ଉଦୟ ହୋଇଛି l ଆମ ରାଜ୍ୟରେ ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟ ଭରି ରହିଛି l ପର୍ଯ୍ୟଟନ ସହିତ ଜଡିତ ପ୍ରତ୍ୟେକଙ୍କୁ ନିଷ୍ଠାର ସହ କାର୍ଯ୍ୟ କଲେ ବିଶ୍ୱର କୋଣ ଅନୁକୋଣରୁ ପର୍ଯ୍ୟଟକ ଆସିବେ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ପ୍ରକାଶ କରିଥିଲେ l ଏହି ଦିବସ ପାଳନ ଅବସରରେ ବିଭାଗ ତରଫରୁ ପ୍ରକାଶିତ ବାର୍ଷିକ ପତ୍ରିକା ‘ପରିବ୍ରାଜକ’ ଉନ୍ମୋଚିତ ହୋଇଥିଲା । କାର୍ଯ୍ୟକ୍ରମରେ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ ସ୍ୱାଗତ ଭାଷଣ ପ୍ରଦାନ କରି କହିଲେ ଯେ , ଏବେ ପର୍ଯ୍ୟଟନ ବିଭାଗର କାର୍ଯ୍ୟ ସଫଳତାରେ ବହୁ ଅଗ୍ରଗତି ଘଟିଛି ।
