ଆରମ୍ଭ ହୋଇଛି ବିଜେଡିର ଜନସମ୍ପର୍କ ପଦଯାତ୍ରା – ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶା ତାଜା ନ୍ୟୁଜ (୦୯ ଅକ୍ଟୋବର,ରବିବାର ) ଭୁବନେଶ୍ୱର :- ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ପରେ କର୍ମୀ ଓ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ପଦଯାତ୍ରାରେ ଚାଲିଥିଲେ । ନଭେମ୍ବର ୨ ଅର୍ଥାତ ମାସେ ବ୍ୟାପି ଚାଲିବ ଶାସକ ଦଳର ଏହି ପଦଯାତ୍ରା । କୋଭିଡ ମହାମାରୀ ଯୋଗୁଁ ୨ ବର୍ଷ ପରେ ବିଜେଡି ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଆୟୋଜନ କରାଯାଇଛି ।

ରାଜ୍ୟ ସରକାରଙ୍କ ସରକାରଙ୍କ ସଫଳତା, କେନ୍ଦ୍ର ସରକାରଙ୍କ ଅବହେଳାକୁ ନେଇ ଲୋକଙ୍କ ପାଖରେ ଦଳ ପହଞ୍ଚିବ । ଏହା ସହ ପ୍ରତ୍ୟେକ ଅଞ୍ଚଳରେ ସ୍ଥାନୀୟ ସ୍ୱାଧୀନତା ସଂଗ୍ରାମୀମାନଙ୍କ ଅବଦାନକୁ ମଧ୍ୟ ମନେ ପକାଇବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପଦଯାତ୍ରାର ଶେଷ ଦିନରେ ପ୍ରତ୍ୟେକ ଜିଲ୍ଲା, ବ୍ଲକ ଓ ପଞ୍ଚାୟତରେ ଦଳର ପ୍ରତ୍ୟେକ ସଦସ୍ୟ ଜନସେବା ପାଇଁ ସାମୂହିକ ସଂକଳ୍ପ ନେବେ । ପଦଯାତ୍ରା ପୂର୍ବରୁ ଦୁଇ ଦିନ ଧରି ବରମୁଣ୍ଡା ପଡ଼ିଆ ଠାରେ ବିଜେଡି ପକ୍ଷରୁ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଥିଲା ।

Exit mobile version