ଉତ୍କଳମଣି ପଣ୍ଡିତ ଗୋବପନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋ
ଓଡ଼ିଶା ତାଜା ନ୍ୟୁଜ (୨୨ ଅକ୍ଟୋବର ଶନିବାର) ସାକ୍ଷୀଗୋପାଳ :- ଆଜି ଅପରାହ୍ନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସତ୍ୟବାଦୀ ଗସ୍ତରେ ଆସି ସୁଆଣ୍ଡୋ ଐତିହ୍ୟ ପ୍ରକଳ୍ପର କ୍ଷେତ୍ର ସ୍ତରୀୟ ଅଗ୍ରଗତି ସମୀକ୍ଷା କରିଛନ୍ତି । ଉତ୍କଳମଣି ପଣ୍ଡିତ ଗୋବପନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋ ଠାରେ ନିର୍ମାଣାଧୀନ ଗ୍ରାମର ଆରାଧ୍ୟ ଠାକୁର ଶ୍ରୀ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିର, ଉତ୍କଳମଣିଙ୍କ ଷଠୀଘର, କୂଳଦେବତା ରାଧା ବିନୋଦ ବିହାରୀଙ୍କ ମନ୍ଦିର, ସଂଗ୍ରହାଳୟ, ପ୍ରମୋଦ ଉଦ୍ୟାନ, ପୁଷ୍କରିଣୀ ଏବଂ ଓଡିଶାର ସର୍ବୋଚ୍ଚ ୧୫ ଫୁଟ ଉଚ୍ଚତା ବିଶିଷ୍ଟ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ସ୍ଥାପନ ସ୍ଥଳ ପରିଦର୍ଶନ କରିଛନ୍ତି । ମୁଖ୍ୟ ଶାସନ ସଚିବ ମଧ୍ୟ ପଟ୍ଟନାଇକିଆ ଛକ ନିକଟରେ ନିର୍ମାଣାଧୀନ ଅଭ୍ୟର୍ଥନା ଓ ସୂଚନା କେନ୍ଦ୍ର ପରିଦର୍ଶନ କରିଥିଲେ।ସମୁଦାୟ ୨୫ କୋଟି ୨୫ ଲକ୍ଷ ଟଙ୍କା ବ୍ୟୟରେ ସୁଆଣ୍ଡୋ ଗ୍ରାମ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟ ଆଗେଇ ଚାଲିଛି ।
