Home ଓଡ଼ିଶା ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନର ମାନ୍ୟତା ଲାଭ କରିବ ବୌଦ୍ଧର ପରିବେଶ ପାର୍କ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ପରିବେଶ ପାର୍କ ଏବଂ ପରିଷଦ ପାଣ୍ଠି ବିନିଯୋଗ ନେଇ ସମୀକ୍ଷା ଓଡ଼ିଶା ତାଜା ନ୍ୟୁଜ (୧ ନଭେମ୍ବର ମଙ୍ଗଳବାର ) ଭୁବନେଶ୍ୱର :- ପୂର୍ବାହ୍ନରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ, ବୌଦ୍ଧଠାରେ ବିକଶିତ କରାଯାଇଥିବା ଇକୋ ପାର୍କ ସମୀକ୍ଷା କରି ଏହା ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନ ଭାବେ ମାନ୍ୟତା ଲାଭ କରିବ ବୋଲି କହିଥିଲେ । ଜିଲ୍ଲା ପ୍ରଶାସନ ପକ୍ଷରୁ ଯାଯାବରଠାରେ ଏକ ସମୀକ୍ଷା ବୈଠକରେ ତା.୨୧.୧୦.୨୨ ରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସ ହୋଇଥିବା ଡବ୍ଲìଓଡିସି ଇକୋ ପାର୍କ ପାଇଁ ପ୍ରସ୍ତାବିତ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରାଯାଇଥିଲା । ଏଥିରେ ମୁଖ୍ୟ କାର୍ଯ୍ୟନିର୍ବାହୀ ଡ. ଅଜିତ କୁମାର ମିଶ୍ର ଓ ବୈଷୟିକ ପରାମର୍ଶଦାତା ଶ୍ରୀ ସୁନୀଲ କୁମାର ନାୟକଙ୍କ ଉପସ୍ଥିତରେ ଥିଲେ । ୧୮ କୋଟିର ଏହି ପ୍ରସ୍ତାବିତ ପ୍ରକଳ୍ପ ପାଇଁ ୪ କୋଟି ଟଙ୍କା ରାଜ୍ୟ ସରକାର ମଞ୍ଜୁର କରିଥିବା ବେଳେ ବର୍ତ୍ତର୍ମାନ ୨ କୋଟି ଟଙ୍କା ଯୋଗାଇଦିଆଯାଇଛି ଏବଂ ପରବର୍ତ୍ତୀ ସମୟରେ ଆଉ ୨ କୋଟି ଟଙ୍କା ପ୍ରଦାନ କରାଯିବ । ଏହାର ଦାୟିତ୍ୱ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ା ଏହି ପ୍ରକଳ୍ପର କାର୍ଯ୍ୟ ଜିଲ୍ଲା ବନଖଣ୍ଡ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଞ୍ଚାୟତ ସମିତି ହରଭଙ୍ଗାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକାରୀ ହେବ । ଏଥିରେ ସ୍ଥାନୀୟ ଜନପ୍ରତିନିଧି, ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ମଧ୍ୟ ସାମିଲ କରାଯାଇଛି । ଆଗାମୀ ଦିନରେ ଏହା ଏକ ସୁନ୍ଦର ପ୍ରକଳ୍ପ ଭାବରେ ବିକଶିତ ହେବାକୁ ଯାଉଛି । ଏହି ପରିବେଶ ପାର୍କକୁ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ଭଳି ବ୍ୟବସ୍ଥା କରାଯାଇଛି । ଏହାବ୍ୟତୀତ ବନ୍ୟଜ;ୁମାନଙ୍କ ଉଦ୍ଧାର ତଥା ସଂରକ୍ଷଣ କେନ୍ଦ୍ର, ପକ୍ଷୀ ପାର୍କ, ନୂଆପଡା ଡ୍ୟାମରେ ନୌକାବିହାର, ସଫାରୀ, କାଫେଟାରିଆ, ଯୋଗ ଉଦ୍ୟାନ, ବଟରଫ୍ଲାଏ ଉଦ୍ୟାନ, ଜଙ୍ଗଲ ମଧ୍ୟରେ ପ୍ରାକୃତିକ ଶୋଭାରାଜି ଉପଭୋଗ ପାଇଁ ଚଲାପଥ ସୃଷ୍ଟି, ହାଇକିଂ ଟ୍ରାକ୍, ଫୁଡକୋର୍ଟ, ଲ୍ୟାଣ୍ଡସ୍କେପିଂ, ଶିଶୁ ଉଦ୍ୟାନ ଆଦି ସୃଷ୍ଟି କରାଯିବାର ଯୋଜନା ରହିଛି । ଆସନ୍ତା ଡିସେମ୍ବର ୩୧ ତାରିଖ ମଧ୍ୟରେ ୧୫ ଜଣ ସ୍ଥାନୀୟ ଯୁବକଯୁବତୀଙ୍କୁ ଟୁରିଷ୍ଟ ଗାଇଡ ଭାବରେ ପ୍ରଶିକ୍ଷିତ କରାଯିବ । ଏଥି ସହିତ ଯାଯାବରଠାରେ ଆସନ୍ତା ୧୦ ତାରିଖ ମଧ୍ୟରେ ସ୍ୱୟଂ ସହାୟିକା ଗୋଷ୍ଠୀ ପକ୍ଷରୁ କାଫେ, ଓମଫେଡ ଓ ବୁଣାକାର ସାମଗ୍ରୀ ବିକ୍ରୟ ଷ୍ଟଲ ଖୋଲାଯାଇ ବିଭିନ୍ନ ସମାଗ୍ରୀର ପ୍ରଦର୍ଶନ ଏବଂ ବିକ୍ରୟ କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଛି । ପରେ ପରେ ଜନକଲ୍ୟାଣ ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ମା ଗୀତାଞ୍ଜଳୀ ସ୍ୱୟଂ ସହାୟକ ଗୋଷ୍ଠୀ, ଖଜୁରିପଡାର ମହିଳାମାନଙ୍କ ସହିତ ଅଧ୍ୟକ୍ଷ ଆଲୋଚନା କରିଥିଲେ । ସେ ସ୍ଥାନୀୟ ଖାଦ୍ୟର ସ୍ୱାତନ୍ତ୍ର୍ୟତତା ବଜାୟ ରଖି ପରିବେଶ ପାର୍କ ଆସୁଥିବା ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବାକୁ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀ ଓ ଅନ୍ୟ ଅତିଥିମାନେ ଯାଯାବର ପରିସରରେ ବୃକ୍ଷ ରୋପଣ କରିଥିଲେ । ଏହି ବୈଠକରେ ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁ, ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିିନୀ କୁମାର ମେହେର, ଉପନିର୍ଦ୍ଦେଶକ ଡିପିଏମୟୁ ଇ.ସୋରେଙ୍ଗ, ହରଭଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରବିନ୍ଦ୍ର କହଁର, ବୌଦ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅବିନାଶ ପାଣ୍ଡିଆ, ସହକାରୀ ନିର୍ବାହୀ ଯନ୍ତ୍ରୀ ମନୋରଞ୍ଜନ ପାତ୍ର ଓ ସମ୍ବିତ କୁମାର ବିଶ୍ୱାଳ, କନିଷ୍ଠ ଯନ୍ତ୍ରୀ ଦିବ୍ୟଲୋଚନ ନାଏକ, ଉପାଧ୍ୟକ୍ଷ ହରଭଙ୍ଗା ବ୍ଲକ ସରୋଜ କୁମାର ପ୍ରଧାନ, ରାଧାନଗର ସରପଞ୍ଚ ଗଣେଶ ବେହେରା ଏବଂ ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିୟାରସିଂହ ପ୍ରମୁଖ ଉପସ୍ଥିତ ଥିଲେ । ସ୍ଥପତି ପାୱାର ପଏଣ୍ଟ ମାଧ୍ୟମରେ ପରିବେଶ ପାର୍କ ନିର୍ମାଣ ସଂପର୍କରେ ସମସ୍ତ ତଥ୍ୟ ଉପସ୍ଥାପନ କରିଥିଲେ । Categories: ଓଡ଼ିଶା, ବୌଦ୍ଧ, ମହାନଗର, ହୋମ୍ Related Content କମ୍ପାନୀ ସେକ୍ରେଟାରିଜ୍ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍ଯାପିତ by Proprietor Abhimanyu Maharana September 9, 2026 54th National Convention of Company Secretaries concludes in Bhubaneswar by Proprietor Abhimanyu Maharana September 9, 2026 ଉଦ୍ୟାନ ବିଭାଗ ତରଫରୁ ଆଳୁ ବିହନ ବିତରଣର ଶୁଭାରମ୍ଭ : ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ by Proprietor Abhimanyu Maharana September 9, 2026 ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ସ୍ନାତକ ସମାରୋହରେ ଯୋଗଦେଲେ ରାଜ୍ୟପାଳ by Proprietor Abhimanyu Maharana September 8, 2026 ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–୨୦୨୭ : ଯୁବପିଢ଼ିଙ୍କ ପାଇଁ ଜାତୀୟ ସ୍ତରରେ ନିଜ ପ୍ରତିଭା ପ୍ରଦର୍ଶନର ସୁଯୋଗ by Proprietor Abhimanyu Maharana September 8, 2026 ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ by Proprietor Abhimanyu Maharana September 8, 2026