Home ଓଡ଼ିଶା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତମୁଖ୍ୟ ଶାସନ ସଚିବଙ୍କ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ପରିଦର୍ଶନ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp 1. ବିଶ୍ୱବିଦ୍ୟାଳୟ ସମ୍ମୁଖରେ ସ୍ଥାପତ୍ୟ ପାର୍କ ନିର୍ମାଣ କାର୍ୟ୍ୟ ୧୫ ଡିସେମ୍ବର ସୁଦ୍ଧା ସାରିବାକୁ ନିର୍ଦ୍ଦେଶ 2. ଇଡକୋ ଦ୍ୱାରା ନିର୍ମିତ ୩ଟି ଏକାଡେମିକ୍ ବ୍ଲକକୁ ତୁରନ୍ତ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର 3. ବିଶ୍ୱବିଦ୍ୟାଳୟକୁ ଏକ ଉତ୍କର୍ଷକେନ୍ଦ୍ର ଭାବେ ଗଢି ତୋଳିବାକୁ ସମସ୍ତ ପ୍ରଚେଷ୍ଟା କରାଯିବକ୍ଷ ଓଡ଼ିଶା ତାଜା ନ୍ୟୁଜ (୫ ନଭେମ୍ବର ଶନିବାର ) ଭୁବନେଶ୍ୱର :- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଆଜି ପୂର୍ବାହ୍ଣରେ ଭୁବନେଶ୍ୱର ସନ୍ନିକଟ ମଦନପୁର ସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ବାର୍ଷିକ ଚିତ୍ରକଳା ପ୍ରଦର୍ଶନୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ । ଏହି ପ୍ରଦର୍ଶନୀରେ ବିଶ୍ୱବିଦ୍ୟାଳୟର ଚିତ୍ରକଳା, ସ୍ଥାପତ୍ୟ ଓ ବିଭିନ୍ନ ବିଭାଗରୁ୨୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ଏହି ପରିପ୍ରେକ୍ଷୀରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ରହିଥିବା ବିଭିନ୍ନ ସମସ୍ୟା ସଂପର୍କରେ ଅବଗତ ହେବା ସହବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏବଂ ଛାତ୍ରଛାତ୍ରୀମାନଙ୍କ ସହିତ ସେସବୁର ସମାଧାନ ଦିଗରେ ଆଲୋଚନା କରିଥିଲେ । ଏଠାରେ ଇଡକୋ ଦ୍ୱାରା ନିର୍ମିତ ୩ଟି ଏକାଡେମିକ୍ ବ୍ଲକକୁ ପୂର୍ତ୍ତ ବିଭାଗ ଦ୍ୱାରା ଯାଞ୍ଚ କରାଯାଇ ଯଥାଶୀଘ୍ର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଆସନ୍ତା ଡିସେମ୍ବର ମାସ ୧୫ ତାରିଖ ସୁଦ୍ଧା ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଏକ ସ୍ଥାପତ୍ୟ ପାର୍କ ନିର୍ମାଣ କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେବା ସହ ବିଶ୍ୱବିଦ୍ୟାଳୟ ପରିସରରେ ଏକ ପ୍ରେକ୍ଷାଳୟ ଏବଂ ଏକ ଆର୍ଟ ଗ୍ୟାଲେରୀ ନିର୍ମାଣ କରିବା ପାଇଁ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କହିଥିଲେ । ବିଶ୍ୱବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ କରି ଏହି ଅନୁଷ୍ଠାନକୁ ଭାଷା, ସାହିତ୍ୟ ଓ ସଂସ୍କୃତି ଶିକ୍ଷାର ଏକ ଉତ୍କର୍ଷ କେନ୍ଦ୍ର ଭାବେ ଗଢି ତୋଳିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସାହୁ ସମସ୍ତଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଗସ୍ତ ସମୟରେ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବ୍ୟୋମକେଶ ତ୍ରିପାଠୀ, କୁଳ ସଚିବ ଶ୍ରୀ ଅନନ୍ତ ବିଜୟ ପଟ୍ଟନାୟକ, ବିଶ୍ୱବିଦ୍ୟାଳୟ ଚିତ୍ରକଳା ବିଭାଗର ମୁଖ୍ୟ ଡ. ଚକ୍ରଧର ବେହେରାଙ୍କ ସମେତ ଅନ୍ୟ ସମସ୍ତ ବିଭାଗର ମୁଖ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ । Categories: ଓଡ଼ିଶା, ମହାନଗର, ହୋମ୍ Related Content ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର by Proprietor Abhimanyu Maharana October 9, 2026 ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ by Proprietor Abhimanyu Maharana October 9, 2026 SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ by Proprietor Abhimanyu Maharana October 9, 2026 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ - ୨୦୨୬ଅନୁଷ୍ଠିତ by Proprietor Abhimanyu Maharana October 8, 2026 ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ by Proprietor Abhimanyu Maharana October 8, 2026 ୪୬ ବର୍ଷ ପରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ : ପ୍ରଥମଥର ପାଇଁ ଭୋଟ ଦେବେ ଛାତ୍ରଛାତ୍ରୀ by Proprietor Abhimanyu Maharana October 8, 2026