ନୂଆଗାଁ ବାଳିକା ହାଇସ୍କୁଲ ର ଛାତ୍ରୀ ଦୀପିକା ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟ ସ୍ତରୀକୁ ମନୋନୀତ

ଓଡ଼ିଶା ତାଜା ନ୍ୟୁଜ (୭ ନଭେମ୍ବର ସୋମବାର) ନୂଆଗାଁ :- ନୟାଗଡ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ରେ ଅନୁଷ୍ଠିତ ସଙ୍ଗୀତ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ଦୀପିକା ପ୍ରିୟଦର୍ଶିନୀ ସାହୁ । ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଉଦୟପୁର ପଞ୍ଚାୟତ ଜିଗିନି ପଡ଼ା ଗ୍ରାମର ଦୀପିକା ପ୍ରିୟଦର୍ଶିନୀ ସାହୁ ନୂଆଗାଁ ବାଳିକା ଉଚ୍ଚ ବିଦ୍ୟାଳୟ ରେ ନବମ ଶ୍ରେଣୀ ରେ ଅଧ୍ୟୟନ କରୁଛନ୍ତି । ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ରେ ସଙ୍ଗୀତ ପ୍ରତିଯୋଗିତାରେ ଦୀପିକା ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି । କୃତିତ୍ୱ ଅର୍ଜନ କରିଥିବା ଦୀପିକା ପ୍ରିୟଦର୍ଶିନୀ ସାହୁ ଙ୍କୁ ନୟାଗଡ ବିଧାୟକ ଡ଼ ଅରୁଣ କୁମାର ସାହୁ,ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ,ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ,ଜିଲ୍ଲା ଶିକ୍ଷା ଅଧିକାରୀ ଅକ୍ରୁର ବାରିକ ପୁରସ୍କୃତ କରିଥିଲେ ।

 

Exit mobile version