୧୧ ନଭେମ୍ବର ଶୁକ୍ରବାର ( ଓଡ଼ିଶା ତାଜାନ୍ୟୁଜ) ନୂଆଗାଁ :- ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ରବେହେରା ଙ୍କ ପ୍ରଚେଷ୍ଟା ଯୋଗୁଁ ଆଦିବାସୀ ଲୋକମାନଙ୍କ ଗମନା ଗମନ ସମସ୍ୟା ଦୂରୀଭୂତ ହୋଇଛି।ଦୀର୍ଘ ବର୍ଷ ଧରି ଯେଉଁ କାର୍ଯ୍ୟ ଆଜି ପର୍ଯ୍ୟନ୍ତ ହୋଇ ପାରିନଥିଲା ତାହା ବିଧାୟକ ଙ୍କ ପ୍ରଚେଷ୍ଟା ଯୋଗୁଁ ହେବାକୁ ଯାଉଛି।ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜାକେଡ଼ା ପଞ୍ଚାୟତ ର ସିମିଳି ସାହି ଠାରୁ ଲୁଣି ପର୍ଯ୍ୟନ୍ତ ପ୍ରଧାନ ମନ୍ତ୍ରୀ ଗ୍ରାମ୍ୟ ସଡ଼କ ରାସ୍ତା ର ଶୁଭ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଶୁଭ ଶିଳାନ୍ୟାସ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା,୧୭ ନଂ ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା, ୧୬ ନଂ ଜିଲ୍ଲାପରିଷଦ ଜାସ୍ମିନ୍ ଦାସ,,ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ସାସମଲ, ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ,ସରପଞ୍ଚ ସୁମିତ୍ରା ଜାନୀ,ସମିତି ସଭ୍ୟା ପ୍ରଭାତୀ ମଳିକ, ଦଶପଲ୍ଲାପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ଉପେନ୍ଦ୍ର ସାହୁ, ,ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ା, ଯୁବ ବିଜେଡ଼ି ଉପ ସଭାପତି ସଞ୍ଜୀବ କୁମାର ଡାକୁଆ ,ପଞ୍ଚାୟତ ଛାତ୍ର ବିଜେଡ଼ି ସଭାପତି ଦିଲ୍ଲୀପ କୁମାର ଜାନୀ, ନିର୍ବାହୀ ଯନ୍ତ୍ରୀ ଷୌଭାଗ୍ୟ କୁମାର ଦାସ, କନିଷ୍ଠ ଯନ୍ତ୍ରୀ ଶ୍ରୀକାନ୍ତ କୁମାର ସାହୁ ଙ୍କ ସମେତ ବିଭିନ୍ନ ପଞ୍ଚାୟତ ର ସରପଞ୍ଚ ଓ ସମିତି ସଭ୍ୟ ଯୋଗ ଦେଇଥିଲେ।୬ କିମି ୩ ସହ ମିଟର ରାସ୍ତାନିର୍ମାଣ ପାଇଁ ୩ କୋଟି ୩୪ ଲକ୍ଷ ଟଙ୍କା ମଞ୍ଜୁର ହେଇଥିବା ଜଣା ପଡିଛି।ଶୁଭ ଶିଳାନ୍ୟାସ ହେବା ପରେ ଆଦିବାସୀ ଲୋକ ମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।
