୨୧ ନଭେମ୍ବର ସୋମବାର (ଓଡ଼ିଶା ତାଜାନ୍ୟୁଜ ) ବାଣପୁର :- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ସକାଳେ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପିଠ ଖୋର୍ଦ୍ଧା ଜିଲ୍ଲା । ବାଣପୁର ସ୍ଥିତ ମା’ ଭଗବତୀ ମନ୍ଦିର ପରି ଦର୍ଶନ କରିଛନ୍ତି ୫ଟି ସଚିବ ଶ୍ରୀଯୁକ୍ତ ଭି କେ ପାଣ୍ଡିଆନ। ମନ୍ଦିରର ଉନ୍ନତିକରଣକୁ ରାଜ୍ୟ ସରକାରଙ୍କ ଗୁରୁତ୍ବ । ମନ୍ଦିରର ସୌନ୍ଦର୍ଯ୍ୟକରଣ ସହ ପାର୍କିଂ ବ୍ୟବସ୍ଥା, ପାଚେରୀ, ଭୋଜନାଳୟର ବଦଳିବ ଚିତ୍ର । 
ଖୁବଶୀଘ୍ର ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ବାଣପୁର ଗସ୍ତରେ ଯାଇ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ । ସକାଳ ୬ ଘଟିକା ୯ ମିନିଟ ସମୟରେ ମା’ଙ୍କ ମନ୍ଦିର ସମ୍ମୁଖରେ ପହଞ୍ଚି ଥିଲେ ୫ଟି ସଚିବ ଭି କେ ପାଣ୍ଡିଆନ ତାଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀଯୁକ୍ତ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଖୋର୍ଦ୍ଧା ଏସପି ଶ୍ରୀଯୁକ୍ତ ସିଦ୍ଧାର୍ଥ କଟାରିଆ ସ୍ୱାଗତ ଜଣେଇବା ସହ ମନ୍ଦିର ମଧ୍ୟକୁ ପାଛୋଟି ନେଇଥିଲେ। ମନ୍ଦିର ର ବିଭିନ୍ନ ଉନ୍ନତି କରଣ ଉପରେ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଥିଲେ,

