୨୧ ନଭେମ୍ବର ସୋମବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଆସନ୍ତା ୨୪ ତାରିଖରୁ ଆରମ୍ଭ ହେଉଥିବା ଷୋଡ଼ଶ ବିଧାନସଭାର ଏକାଦଶ ଅଧିବେଶନ ପାଇଁ ଆଜି ପୂର୍ବାହ୍ନରେ ମାନ୍ୟବର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ବିଧାନସଭା ସମ୍ମିଳନୀ କକ୍ଷଠାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମାନ୍ୟବର ବିରୋଧି ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର, ମାନ୍ୟବର ରାଜସ୍ୱ ଓ ବି ପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ, ମାନ୍ୟବର ବିଜ୍ଞାନ ଓ କାରିଗରୀ,
ସରକାରୀ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମାନ୍ୟବର ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ମାନ୍ୟବର କଂଗ୍ରେସ ବିଧାୟକ ଦଳର ନେତା ଶ୍ରୀ ନରସିଂହ ମିଶ୍ର, ଭାରତୀୟ ଜନତା ପାର୍ଟି ବିଧାୟକ ଦଳର ମାନ୍ୟବର ମୁଖ୍ୟ ସଚେତକ ଶ୍ରୀ ମୋହନ ଚରଣ ମାଝୀ, ମାନ୍ୟବର ସଦସ୍ୟ ଶ୍ରୀ ସୁଦାମ ମାର୍ଣ୍ଡି ଏବଂ ମାନ୍ୟବର ସଦସ୍ୟ ଶ୍ରୀ ଲକ୍ଷ୍ମଣ ମୁଣ୍ଡା ଉ ପସ୍ଥିତ ରହି ବିଧାନସଭା ଅଧିବେଶନର ସୁ ପରିଚାଳନା ପାଇଁ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ଏହି ଅଧିବେଶନରେ ରାଜ୍ୟର ୨୦୨୨-୨୩ ମସିହାର ପ୍ରଥମ ଅତିରିକ୍ତ ବଜେଟ ଉ ପସ୍ଥା ପନ ହୋଇ ପାରିତ ହେବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ରହିଛି । କୋଭିଡ୍ କଟକଣା ପ୍ରତ୍ୟାହାର କରାଯାଇଥିବା ଦୃଷ୍ଟିରୁ ଗୃହରେ ସଦସ୍ୟମାନେ ସ୍ୱାଭାବିକ ଭାବେ ନିଜ ନିଜ ସ୍ଥାନରେ ବସିବେ ଏବଂ େ ପ୍ରସ୍ ଗ୍ୟାଲେରୀକୁ କୋଭିଡ୍ ପୂର୍ବବର୍ଷ ଭଳି ଗଣମାଧ୍ୟମ ପ୍ରତିନିଧିମାନେ ଆସି ପାରିବେ । ଏଥି ସହିତ ଅସୁସ୍ଥତା କାରଣରୁ ଭିଡ଼ିଓ କନ୍ଫରେନ୍ସିଂ ଜରିଆରେ ଗୃହ କାର୍ଯ୍ୟରେ ଯୋଗଦେବାକୁ ଚାହୁଁଥିବା ମାନ୍ୟବର ସଦସ୍ୟମାନେ ଦରଖାସ୍ତ ଜରିଆରେ ଜଣାଇଲେ ତାଙ୍କୁ ସେହି ସୁବିଧା ଯୋଗାଇଦେବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ବାଚସ୍ପତି ଶ୍ରୀ ଆରୁଖ କହିଛନ୍ତି । ଦେବାଶିଷ ପଟ୍ଟନାୟକ ସୂଚନା ଅଧିକାରୀ
