ଗଜପତି ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ମରିୟାନ ରଇତ ଓ ଉପାଧ୍ୟକ୍ଷ ଧନେଶ୍ୱର ଭୂୟାଁଙ୍କ ଦାୟିତ୍ୱ ଗ୍ରହଣ

୨୯ ନଭେମ୍ବର ମଙ୍ଗଳବାର (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ୱତନ୍ତ୍ର ଉନ୍ନୟନ ପରିଷଦ କାର୍ଯ୍ୟାଳୟ ଠାରେ ଏସ ଡି ସି ଅଧ୍ୟକ୍ଷ । ମରିୟନ ରଇତ ଓ ଏସ ଡି ସି ଉପାଧ୍ୟକ୍ଷ ଧନେଶ୍ୱର ଭୂୟାଁ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହିଅବସରରେ ମାନ୍ୟବର ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ,ବରିଷ୍ଠ ନେତା ତଥା ହାଇଟେକଅଧ୍ୟକ୍ଷ ଡକ୍ଟର ତିରୁପତି ପାଣିଗ୍ରାହୀ l

ଗଜପତି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗାବରା ତିରୁପତି ରାଓ, ବିଜେଡି ରାଜ୍ୟ ସମ୍ପାଦକ ମାରୁତ ପାଳ, ଗଜପତି ଜିଲ୍ଲା ସଭାପତି ପ୍ରଦୀପ ନାୟକ, ଭରତ ଭୂଷଣ ମହାନ୍ତି, ଲୋକନାଥମ ସମେତ ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ, ସମସ୍ତ ବ୍ଳକର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଏବଂ ଗଜପତି ଜିଲ୍ଲା ବିଜୁ ପରିବାର ପକ୍ଷରୁ ପୁଷ୍ପମାଲ୍ୟ ଦେଇ ସ୍ୱାଗତ କରିଥିଲେ ।

Exit mobile version