Home ଓଡ଼ିଶା ବିଜେପିର ବଡ଼ ବଡ଼ ନେତା ବର୍ଷାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅତି ନିମ୍ନସ୍ତରର କୁତ୍ସାରଟନା କରୁଛନ୍ତି – ବିଜେଡି by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ତା..03.12.2022 (ଓଡ଼ିଶା ତାଜା ନ୍ୟୁଜ ) ପଦ୍ମପୁର :- ପଦ୍ମପୁର ଉପନିର୍ବାଚନରେ ପଦ୍ମପୁର ମାଟିର ଝିଅ ବର୍ଷା ସିଂ ବରିହା ବିଜେଡି ପ୍ରାର୍ଥୀନୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ତେବେ ଏହି ନିର୍ବାଚନରେ ପରାଜୟ ନିଶ୍ଚିତ ବୋଲି ଜାଣିବା ପରେ ଭାରତୀୟ ଜନତା ପାର୍ଟି ହତାଶ ହୋଇ ପଡ଼ିଛି । ତେଣୁ ବିଜେପିର କିଛି ବଡ଼ ବଡ଼ ନେତା ବର୍ଷାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅତି ନିମ୍ନସ୍ତରର କୁତ୍ସାରଟନା କରୁଛନ୍ତି, ସଭାସମିତି ଓ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ଦେଉଛନ୍ତି । ସେମାନଙ୍କର ଉଦ୍ଦେଶ୍ୟ କେବଳ ବର୍ଷାଙ୍କୁ ଅପମାନିତ କରିବା ନୁହେଁ, ସମଗ୍ର ଓଡ଼ିଶାର ନାରୀ ଜାତିର ସମ୍ମାନକୁ ଭୂଲୁଣ୍ଠିତ କରିବା । ନାରୀଙ୍କୁ ଘରର ଲକ୍ଷ୍ମୀ ବୋଲି ଭାବୁଥିବା ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ନିଚା ଦେଖାଇବା । ବିଜେପିର ଏହି ହୀନ ରାଜନୀତିକୁ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟସଭା ସାଂସଦ ସୁଲତା ଦେଓ, ମୁଖପାତ୍ର ଏଲିନା ଦାସ ଏବଂ ଇପସିତା ସାହୁ ପ୍ରମୁଖ ବିଜୁ ଜନତା ଦଳ ପକ୍ଷରୁ ଏହାକୁ ତୀବ୍ର ନିନ୍ଦା କରିଛନ୍ତି । ଏବେ ପଦ୍ମପୁରରେ ଉପନିର୍ବାଚନ ପାଇଁ ପ୍ରଚାର ଚାଲିଛି । ନିର୍ବାଚନ ଏମିତି ଆସୁଥିବ, ଯାଉଥିବ । ରାଜନୀତିରେ ନୀତି ଓ ଆଦର୍ଶକୁ ନେଇ ସମାଲୋଚନା ହେବା କଥା । ଗଠନମୂଳକ ସମାଲୋଚନା ହିଁ ଆମ ଗଣତନ୍ତ୍ରକୁ ଆଜି ପର୍ଯ୍ୟନ୍ତ ସୁଦୃଢ଼ କରି ରଖିଛି । ଆଶା କରାଯାଉଥିଲା ଯେ ପଦ୍ମପୁରରେ ବିଜେପି ନେତାମାନେ ରାଜନୈତିକ ମର୍ଯ୍ୟୟାଦାର ସୀମା ଭିତରେ ରହି ନିର୍ବାଚନ ପ୍ରଚାର କରିବେ । ମାତ୍ର ସେମାନେ କ୍ରମାଗତ ଭାବେ ବିଜେଡି ପ୍ରାର୍ଥୀଙ୍କ ବ୍ୟକ୍ତିଗତ ଜୀବନକୁ ଅଶାଳୀନ ଆକ୍ଷେପ କରୁଛନ୍ତି । ଏହି ଅସୁସ୍ଥ ପ୍ରତିଯୋଗିତାରେ ସାଂସଦ ଜୁଏଲ ଓରାମ, ବିଧାୟକ ଜୟନାରାୟଣ ମିଶ୍ର ଏବଂ ଖୋଦ୍ ପଦମପୁରର ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ପ୍ରମୁଖ ସାମିଲ ହୋଇଛନ୍ତି । ପଦ୍ମପୁରରେ ପରାଜୟ ଭୟରେ ହତାଶ ହୋଇ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ମଧ୍ୟ ବର୍ଷାଙ୍କ ବ୍ୟକ୍ତିଗତ ଜୀବନକୁ ଆକ୍ଷେପ କରି ଅଶାଳୀନ ମନ୍ତବ୍ୟ ଦେଉଛନ୍ତି । ଯିଏ ନାରୀଙ୍କୁ ସମ୍ମାନ ଦେବା ଜାଣି ନାହିଁ, ମାତୃଜାତି ଏବଂ ଓଡ଼ିଶାର ସଂସ୍କୃତିକୁ ଅପମାନ କରୁଛି, ସେଭଳି ନେତାଙ୍କୁ ସ୍ୱାଭିମାନୀ ପଦ୍ମପୁରବାସୀ କେବେବି ନିଜର ପ୍ରତିନିଧି ରୂପେ ବାଛିବେ ନାହିଁ । ରାଜନୀତିରେ ହାରଜିତ ଅଛି । ପଦ୍ମପୁର ନିର୍ବାଚନ ପାଇଁ ଏଯାଏ ଭୋଟ ପଡ଼ି ନଥିଲେ ମଧ୍ୟ ବିଜେପି ଏହା ହାରି ସାରିଛି । ତେଣୁ ତାଙ୍କ ଦଳର ନେତାମାନେ ହତାଶ ଓ ବିଚଳିତ ହୋଇ ଏଭଳି ବିଭ୍ରାନ୍ତିକର ମନ୍ତବ୍ୟ ଦେଉଛନ୍ତି । ତେବେ ଏକ ସୁସ୍ଥ ଗଣତନ୍ତ୍ରରେ ଏଭଳି ନକାରାତ୍ମକ ରାଜନୀତିର ସ୍ଥାନ ନାହିଁ । ବର୍ଷାଙ୍କ ପ୍ରତି ଜୁଏଲ ଓରାମ, ଜୟନାରାୟଣ ମିଶ୍ର ଓ ପ୍ରଦୀପ ପୁରୋହିତ ପ୍ରମୁଖ ବିଜେପିର ନେତାମାନେ ଯେଭଳି କୁତ୍ସିତ ମନ୍ତବ୍ୟ ଦେଇଛନ୍ତି ; ତାହା ଓଡ଼ିଶାବାସୀ କେବେବି ବରଦାସ୍ତ କରିବେ ନାହିଁ । ଏଥିପାଇଁ ପଦ୍ମପୁରବାସୀ ମଧ୍ୟ ସେମାନଙ୍କୁ କ୍ଷମା ଦେବେ ନାହିଁ ଏବଂ ଆଗାମୀ ନିର୍ବାଚନରେ ଏହାର ଉଚିତ ଜବାବ ଦେବେ । Categories: ଓଡ଼ିଶା, ବରଗଡ଼, ହୋମ୍ Related Content ନିର୍ମାଣାଧୀନ ପାଇଖାନା ଟାଙ୍କିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର : ବଡ଼ସାହିରେ ଚାଞ୍ଚଲ୍ୟ, ଘଟଣାର ତଦନ୍ତ ଆରମ୍ଭ by Proprietor Abhimanyu Maharana September 18, 2026 ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ by Proprietor Abhimanyu Maharana September 18, 2026 London hosts”Yoga : An Appeal For Peace “Programme" by Proprietor Abhimanyu Maharana September 18, 2026 ଦିଲ୍ଲୀର ବିକାଶପୁରୀଠାରେ ଗଣେଶ ମହୋତ୍ସବ ଆୟୋଜନ by Proprietor Abhimanyu Maharana September 18, 2026 ଦିଲ୍ଲୀର ଲର୍ଡ଼ ଜଗନ୍ନାଥ ସୋସାଇଟି ପକ୍ଷରୁ ଗଣେଶ ପୂଜା ଆୟୋଜନ by Proprietor Abhimanyu Maharana September 18, 2026 ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ପାଳିତ by Proprietor Abhimanyu Maharana September 18, 2026