Home ଓଡ଼ିଶା ମେକ୍-ଇନ୍-ଓଡ଼ିଶା କନ୍କ୍ଲେଭରେ ୭,୨୬,୧୨୮.୪୫ କୋଟିର ନିବେଶ ପ୍ରସ୍ତାବନା : ପ୍ରମୁଖ ଶାସନ ସଚିବ ଶ୍ରୀ ଶର୍ମା ପ୍ରଥମ ଦିନରେ ୨୧ଟି ବୁଝାମଣାପତ୍ର ସ୍ୱାକ୍ଷରିତ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ୦୪ ଡିସେମ୍ବର ରବିବାର (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :- ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍-୨୦୨୨କୁ ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଉଦ୍ଘାଟନ କରିବା ପରେ ଆଜି ୧ ତାରିଖରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମ ସଂପର୍କରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଆଜି ସକାଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ନରେୱ, ଜାପାନ, ଜର୍ମାନୀ ଓ ନେପାଳର ବୈଦେଶିକ ପ୍ରତିନିଧିଙ୍କ ସମେତ ଦେଶର ୪୦ ଜଣ ପ୍ରମୁଖ ଶିଳ୍ପପତିଙ୍କ ଗହଣରେ ଜଳଯୋଗରେ ସାମିଲ ହୋଇ ପୁଂଜିନିବେଶ ସଂପର୍କରେ ଆଲୋଚନା କରିଥିଲେ । ଆଜିର ପ୍ରଥମ ଅଧିବେଶନ (ପ୍ଲେନାରୀ ସେସନ୍)ରେ ୫୪ ଜଣ ପ୍ରମୁଖ ଶିଳ୍ପପତିମାନେ ଉପସ୍ଥିତଥିବାବେଳେ ଶିଳ୍ପ କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରାୟ ୨୦୦୦ରୁ ଊଦ୍ଧ୍ୱର୍ ଉଦ୍ୟୋଗୀମାନେ ଯୋଗଦେଇଥିଲେ । ଆଜି ମୋଟ ୧୩ଟି ଅଧିବେଶନ ଅନୁଷ୍ଠିତ ହୋଇଥିଲା । ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍ରେ ଆୟୋଜିତ ପ୍ରଦର୍ଶନୀରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ଓ ଅନ୍ୟ ଦେଶରୁ ୨୧୨ଟି ସଂସ୍ଥା ଅଂଶଗ୍ରହଣ କରିଥିବାବେଳେ ଏଥିରେ ଜାପାନ୍, ଜର୍ମାନୀ, ନର୍େୱ, ନେପାଳ, ବାଂଲାଦେଶ, ଅଷ୍ଟ୍ରେଲିଆ, ଇଣ୍ଡୋନେସିଆ, ସିଙ୍ଗାପୁର, ଚୀନ ଓ ଥାଇଲାଣ୍ଡ ଆଦି ଦେଶ ମଧ୍ୟ ସାମିଲ ହୋଇଛନ୍ତି । ଆଜି ମୋଟ ୨୧ଟି ନିବେଶ ସଂପର୍କିତ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଉଭୟ ନିବେଶ ଓ ଅଣନିବେଶ କ୍ଷେତ୍ର ମିଶି ମୋଟ ୬୭ଟି ନିବେଶ ପତ୍ର ଗ୍ରହଣ କରାଯାଇଥିଲା । ଏହି ୬୭ଟି କ୍ଷେତ୍ରରୁ ମୋଟ ୫,୮୫,୭୪୨.୨୬ କୋଟି ଟଙ୍କାର ନିବେଶ ପ୍ରତିଶ୍ରୁତି ମିଳିଛି । ଏଥି ଯୋଗୁଁ ୨ ଲକ୍ଷ ୪୭ ହଜାର ୮୯୨ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ । ଏତଦ୍ବ୍ୟତୀତ ଦେଶର ବିଭିନ୍ନ ସହରରେ ଗତ ୬ ମାସ ମଧ୍ୟରେ ଯେଉଁ ରୋଡ୍ଶୋ ହୋଇଥିଲା, ତନ୍ମଧ୍ୟରୁ ପ୍ରସ୍ତାବନା ଆସିଥିବା ୭୮ଟି ନିବେଶ ପ୍ରତିଶ୍ରୁତିକୁ ଆଜି ବିଧିବଦ୍ଧ ଭାବେ ଗ୍ରହଣ କରାଯାଇଛି । ଏଥିରେ ୧ଲକ୍ଷ ୪୦ ହଜାର ୩୮୬ କୋଟି ୧୯ ଲକ୍ଷ ଟଙ୍କାର ପୁଂଜିନିବେଶ ସମ୍ଭାବନା ରହିଛି ଏବଂ ଏହା ଦ୍ୱାରା ୭୨ ହଜାର ୮୪୯ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ । ଉପରୋକ୍ତ ସମସ୍ତ କ୍ଷେତ୍ରରୁ ମୋଟ ୭,୨୬,୧୨୮.୪୫ କୋଟିର ପୁଂଜିନିବେଶ ପ୍ରତିଶ୍ରୁତି ମିଳିଛିି ବୋଲି ରାଜ୍ୟ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଶର୍ମା ପ୍ରକାଶ କରିଛନ୍ତି । ଆସନ୍ତାକାଲି ମେକ୍ ଇନ୍ ଓଡ଼ିଶା ଦ୍ୱିତୀୟ କାର୍ଯ୍ୟ ଦିବସରେ ସ୍କିଲଡ୍ ଇନ୍ ଓଡ଼ିଶା ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆଇଟିଇଏସ୍, ସିଙ୍ଗାପୁର ସହ ବୁଝାମଣାପତ୍ର ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । ଏହା ବ୍ୟତୀତ କେତେକ ଶିଳ୍ପ ଉପରେ ନିର୍ଭର କରୁଥିବା କ୍ଷୁଦ୍ରଶିଳ୍ପ, ଆନୁଷଙ୍ଗିକ ଶିଳ୍ପ ଓ ଡାଉନ୍ଷ୍ଟି୍ରମ୍ ଶିଳ୍ପ, ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥା ଏବଂ ଯାନ୍ତ୍ରିକ ଶିକ୍ଷା କ୍ଷେତ୍ରରେ ବୁଝାମଣାପତ୍ର ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ମୋଟ ୧୦ଟି ଅଧିବେଶନ ଅନୁଷ୍ଠିତ ହେବ । ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ପ୍ରମୁଖ ଉପସ୍ଥିତ ଥିଲେ । Categories: ଓଡ଼ିଶା, ବାଣିଜ୍ୟ, ମହାନଗର, ହୋମ୍ Related Content ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana August 2, 2026 ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ by Proprietor Abhimanyu Maharana August 2, 2026 ଅଚ୍ୟୁତ ସାମନ୍ତଙ୍କୁ ୭୫ତମ ସମ୍ମାନସୂଚକ ଡକ୍ଟରେଟ୍ : ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନିତ by Proprietor Abhimanyu Maharana August 2, 2026 ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀଙ୍କ ଅବସର ଗ୍ରହଣ by Proprietor Abhimanyu Maharana August 2, 2026 ଭିଜିଲାନ୍ସ ଜାଲରେ ମାଧବ ରାଜସ୍ଵ ନିରୀକ୍ଷକ by Proprietor Abhimanyu Maharana August 2, 2026 ଫୁଲବାଣୀର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ( ଆଇ ଟି ଆଇ ) ପରିସର ମଧ୍ୟରେ : ବରିଷ୍ଟ ନାଗରିକ ସଂଘ ଚଳିତ ବର୍ଷ ର ବୃକ୍ଷ ରୋପଣ ଉତ୍ସବ by Proprietor Abhimanyu Maharana August 2, 2026