୯ ଡିସେମ୍ବର ଶୁକ୍ରବାର ( ଓଡ଼ିଶା ତାଜା ନ୍ୟୁଜ ) ପଦମପୁର :- ପଦମପୁରର ପ୍ରିୟ ଭାଇ ଓ ଭଉଣୀମାନେ, ଆପଣମାନଙ୍କୁ ସମସ୍ତଙ୍କୁ ମୋର ଜୁହାର ଏବଂ ଏହି ଅଭୂତପୂର୍ବ ବିଜୟ ପାଇଁ ଧନ୍ୟବାଦ । ଏହା ଆଉ କାହାର ବିଜୟ ନୁହେଁ । ଏହା ପଦମପୁରବାସୀଙ୍କ ବିଜୟ । ବିଜେଡିର ଲକ୍ଷ ଲକ୍ଷ କର୍ମୀମାନଙ୍କୁ ମୁଁ ଧନ୍ୟବାଦ ଜଣାଇବାକୁ ଚାହୁଁଛି । ଆପଣମାନେ ବହୁତ systematically ଓ ନିଷ୍ଠାର ସହ କାମ କରିଛନ୍ତି । ସରକାରଙ୍କ ଭଲ ଭଲ ଯୋଜନା ଗୁଡିକୁ ଲୋକଙ୍କ ପାଖରେ ରଖିଛନ୍ତି ଓ ବିରୋଧୀ ଦଳର ସବୁ ମିଛ କଥାକୁ ଲୋକଙ୍କ ସମ୍ମୁଖରେ ରଖିଛନ୍ତି ।
କିଛି ଲୋକ ମୋତେ ପଚାରୁଛନ୍ତି, ଆପଣ ତ ପଞ୍ଚାୟତ ଇଲେକ୍ସନରେ ଯାଇ ନ ଥିଲେ, ବିଭିନ୍ନ ବାଇ-ଇଲେକ୍ସନରେ ବି ଯାଇ ନ ଥିଲେ, ଏ ପଦମପୁର ଇଲେକ୍ସନରେ କାହିଁକି ଗଲେ …? ମୁଁ କହିବାକୁ ଚାହୁଁଛି ଯେଭଳି ଭାବରେ ଜଣେ ମହିଳାଙ୍କୁ, ଜଣେ ଶିକ୍ଷିତ ଅଳ୍ପ ବୟସର ମହିଳାଙ୍କୁ, ଜଣେ ବାପା ହରାଇ ଦୁଃଖରେ ଥିବା ମହିଳାଙ୍କୁ – ରାଜ୍ୟ ବିଜେପିର କିଛି ନେତୃମଣ୍ଡଳୀ ଅସମ୍ମାନ କଲେ, ତାହା ମୋତେ ବହୁତ ଦୁଃଖ ଦେଲା ।
