ଚାହାଳି ସରକାରୀ ଉଚ୍ଚ ବିଦ୍ୟାଳୟ ରେ ସୁବର୍ଣ୍ଣ ଜୟନ୍ତୀ ସମାରୋହ ପ୍ରଥମ ଦିବସରେ ଯୋଗଦେଲେ ଶ୍ରମମନ୍ତ୍ରୀ ଓ ଦଶପଲ୍ଲା ବିଧାୟକ

୯ ଡିସେମ୍ବର ଶୁକ୍ରବାର ( ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ଚାହାଳି ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ପ୍ରଥମ ଦିବସ ର ପୂର୍ବାହ୍ନ କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ଉଦଘାଟନ କରିଥିବା ବେଳେ ବିଶିଷ୍ଟ ଅତିଥି ଭାବେ ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ,ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳ ବେହେରା, ଚାହାଳି ସରପଞ୍ଚ ସୁବାସ ବେହେରା,ସମିତି ସଭ୍ୟା ଅଶ୍ଵିନୀ ଆଚାର୍ଯ୍ୟ ଯୋଗଦେଇଥିବା ବେଳେ ଜ୍ଞାନ ପ୍ରକାଶ ବାରିକ ମଞ୍ଚ ପରିଚାଳନା କରିଥିଲେ । ବିଦ୍ୟାଳୟର ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ନୃତ୍ୟ ପରିବେଷଣ କରାଯିବା ସହ ଭଜନ ସମାରୋହ କରାଯାଇଥିଲା । ସେହିପରି ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଅପରାହ୍ନ କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥି ଭାବେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ଉଦଘାଟନ କରିଥିବା ବେଳେ ସମ୍ମାନୀତ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ବିଦ୍ୟାଳୟର ଉନ୍ନତି ରେ ଆଲୁମିନି ମାନଙ୍କ ସହଯୋଗିତା କୁ ପ୍ରଶଂସା କରିବା ସହ ବିଦ୍ୟାଳୟର ସର୍ବାଧିକ ଉନ୍ନତି ଉପରେ ଗୁରୁତ୍ୱାରୋପ କରିଥିଲେ । ମୁଖ୍ୟ ବକ୍ତାଭାବେ ଶିଶୁ ସାହିତ୍ୟିକ ଦାଶ ବେନୁହୁର ଯୋଗଦେଇଥିବା ବେଳେ ସାହିତ୍ୟିକ ଶରତ କୁମାର ଆଚାର୍ଯ୍ୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶ୍ରମମନ୍ତୀ ଓ ଦଶପଲ୍ଲା ବିଧାୟକ ଜନଶକ୍ତି ସ୍ମରଣିକା ଓ ଜନଶକ୍ତି ବନ୍ଦନା ଉନ୍ମୋଚନ କରିବା ସହ ପୁରାତନ ଓ କାର୍ଯ୍ୟରତ ଶିକ୍ଷକ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Exit mobile version