ଚାହାଳି ଜନଶକ୍ତି ଉଚ୍ଚ ବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦଯାପିତ

୧୧ ଡିସେମ୍ବର ରବିବାର ( ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ଚାହାଳି ଜନଶକ୍ତି ଉଚ୍ଚ ବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦଯାପିତ ହୋଇଯାଇଛି । ଅନ୍ତିମ ଦିବସରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ,ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ , ବିଡ଼ିଓ ପ୍ରମୋଦ କୁମାର ନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବସନ୍ତ କୁମାର ନାୟକ ଏବଂ ମୁଖ୍ୟ ବକ୍ତା ଭାବେ ପବିତ୍ର କୁମାର ସୁବୁଦ୍ଧି ଯୋଗଦେଇଥିଲେ । ଏହି ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ଓ ସମ୍ମାନୀତ ଅତିଥି ମାନଙ୍କ ଦ୍ଵାରା ଶିକ୍ଷକ ,ପୁରାତନ ଛାତ୍ର ଛାତ୍ରୀ,ସମସ୍ତ ଗ୍ରାମ ସଭାପତି ,କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିବା ବ୍ୟକ୍ତି ମାନଙ୍କୁ ସମ୍ମାନୀତ କରାଯାଇଥିଲା । ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Exit mobile version