କେନ୍ଦ୍ରମନ୍ତ୍ରୀଙ୍କ ନେତୃତ୍ୱରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଭେଟିଲେ ବିଜେପି ସାଂସଦ ପ୍ରତିନିଧି ମଣ୍ଡଳୀ
୪.୫ କୋଟି ଓଡ଼ିଆ ସମେତ ୧ କୋଟି ପ୍ରବାସୀ ଓଡ଼ିଆଙ୍କ ହିତ ପାଇଁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ ଓଡ଼ିଶାର ବିଜେପି ସାଂସଦ
• ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ପାଇଁ ଓଡ଼ିଶା ସରକାରଙ୍କୁ ପରମର୍ଶ ଦେବାକୁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ ଓଡ଼ିଶାର ସାଂସଦ
• ରାଜ୍ୟରେ ସ୍ୱାସ୍ଥ୍ୟବସ୍ଥା ବିପର୍ଯ୍ୟସ୍ତ, ଅଥଚ ଆୟୁଷ୍ମାନ ଯୋଜନା କାର୍ଯ୍ୟକାରୀ ନ ହେବା ଚିନ୍ତାଜନକ
• ରାଜ୍ୟ ସରକାରଙ୍କ ନିଜସ୍ୱ ସ୍ୱାସ୍ଥ୍ୟ ଯୋଜନା ସ୍ୱଳ୍ପରେ ସୀମିତ
• ପ୍ରାୟ ୧ କୋଟି ପ୍ରବାସୀ ଓଡିଆ ସ୍ୱାସ୍ଥ୍ୟବୀମାର ଲାଭରୁ ବଞ୍ଚିତ ହେଉଛନ୍ତି
• ରାଜ୍ୟର ନିଜସ୍ୱ ସ୍ୱାସ୍ଥ୍ୟ ଯୋଜନା ସହ ଆୟୁଷ୍ମାନ ଭାରତ ଯୋଜନାକୁ କାର୍ଯ୍ୟକାରୀ କରିବାର ଘୋଷଣା ଭାରତ ସରକାର କରିଛନ୍ତି
• ଦେଶର ୨୦ଟି ରାଜ୍ୟ ନିଜସ୍ୱ ସ୍ୱାସ୍ଥ୍ୟ ଯୋଜନା ସହ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିସାରିଛନ୍ତି
• ରାଜନୈତିକ ଅଭିସନ୍ଧି କାରଣରୁ ଓଡ଼ିଶା ସରକାର ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ପାଇଁ ଆଗ୍ରହ ନ ଦେଖାଇବା ଓଡ଼ିଆ ଲୋକଙ୍କ ପାଇଁ ବଡ ଚିନ୍ତାର ବିଷୟ

୧୫ ଡିସେମ୍ବର ଗୁରୁବାର ( ଓଡ଼ିଶା ତାଜା ନ୍ୟୁଜ ) ନୂଆଦିଲ୍ଲୀ / ଭୁବନେଶ୍ୱର : – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଜ୍ୟ ବିଜେପିର ଏକ ସାଂସଦ ପ୍ରତିନିଧି ମଣ୍ଡଳୀ ଗୁରୁବାର ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମନସୁଖ ମାଣ୍ଡଭୀୟଙ୍କୁ ଭେଟି ଓଡ଼ିଶାରେ ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମଜେଏଓ୍ୱାଇ) ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେବାକୁ ଅନୁରୋଧ କରିଛନ୍ତି ।
