Home ଓଡ଼ିଶା ପ୍ରତିଯୋଗୀତା ମୂଳକ ମନୋଭାବ ନେଇ ଆଗକୁ ବଢ, ଜୀବନରେ ପ୍ରତିଷ୍ଠା ଲାଭ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି – ଜନଜାତି ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ବୋଧନ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ସର୍ଗିଫୁଲ ଉଦ୍ ଯାପିତ ଓଡିଶା ର ପିଲା ମାନେ କାହା ଠାରୁ କମ୍ ନୁହଁ ୨୦୨୩ ଡିସେମ୍ବର ସୁଦ୍ଧା ଅନୁସୂଚିତ ଜାତି ଜନଜାତି ପିଲାମାନଙ୍କ ପାଇଁ ଆଉ ୧୦୦ଟି ହଷ୍ଟେଲ ନିର୍ମାଣ କରାଯିବ ୨୪ ଡିସେମ୍ବର ଶନିବାର ( ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସର୍ଗିଫୁଲ ମହୋତ୍ସବର ଉଦ୍ଯାପନ ଦିବସରେ ଉଦ୍ବୋଧନ ଦେଇ ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢିବାକୁ ପରାମର୍ଶ ଦେଇଛନ୍ତି। SCST ଉନ୍ନୟନ୍ ବିଭାଗ ଅନ୍ତର୍ଗତ ବିଦ୍ୟାଳୟ ସମୂହର ଏହି ଅନନ୍ୟ କାର୍ଯ୍ୟକ୍ରମରେ ପିଲାମାନଙ୍କୁ ପ୍ରେରଣା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ପିଲା କାହା ଠାରୁ କମ୍ ନୁହଁ । ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢ ଓ ଜୀବନରେ ପ୍ରତିଷ୍ଠା ଲାଭ କର। ‘ ତୁମେମାନେ ସଫଳତା ପାଇଁ ଉଦ୍ୟମ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି’ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉତ୍ସାହିତ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୁମମାନଙ୍କ କାର୍ଯ୍ୟକ୍ରମରେ ମୁଁ ପ୍ରତିବର୍ଷ ଯୋଗ ଦେଉଛି ଏବଂ ତୁମ ଖୁସିରେ ମଧ୍ୟ ସାମିଲ ହେଉଛି। ବିଶିଷ୍ଟ କ୍ରୀଡାବିତ୍ ଦିଲ୍ଲୀପ ତିର୍କିଙ୍କ ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସେ ଜଣେ ଓଡିଆ ପୁଅ । ନିଜ ଦକ୍ଷତା ଓ ପରିଶ୍ରମ ଯୋଗୁ ସେ ଭାରତୀୟ ହକି ଟିମ୍ର କ୍ୟାପଟେନ୍ ହେବା ସହିତ ଆଜି ହକି ଇଣ୍ଡିଆର ସଭାପତି ମଧ୍ୟ ହୋଇପାରିଛନ୍ତି। ଯୁବ ସମାଜ ପାଇଁ ସେ ଜଣେ ରୋଲ ମଡେଲ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଅବସରରେ ମାଟ୍ରିକ ପରୀକ୍ଷାରେ କୃତୀତ୍ବର ସହ ସଫଳତା ହାସଲ କରିଥିବା ପିଲାମାନଙ୍କୁ ଓ ଶିକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ବିଭିନ୍ନ ସରକାରୀ ହଷ୍ଟେଲରେ ଏବେ ୫ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ପିଲା ପାଠ ପଢୁଛନ୍ତି । ଡିସେମ୍ବର ୨୦୨୩ ସୁଦ୍ଧା ସେମାନଙ୍କ ପାଇଁ ଆହୁରି ୧୦୦ଟି ହଷ୍ଟେଲ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଅନୁସୂଚିତ ଜାତି ଓ ଜନଜାତି ବିଭାଗର ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ତାଙ୍କ ଅଭିଭାଷଣରେ ଜନଜାତି ପିଲା ମାନଙ୍କ ପାଇଁ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସର୍ଗିଫୁଲ ନାମକ ଏକ ସ୍ମରଣିକା ଉନ୍ମୋଚନ କରିଥିଲେ। ଏହାସହିତ ସାମଗ୍ରିକ ଶିକ୍ଷା ଉପରେ ଏକ ପୋଷ୍ଟର ବୁକ୍ର ଡିଜିଟାଲ ଲୋକାର୍ପଣ କରିଥିଲେ । ସାମଗ୍ରିକ ଶିକ୍ଷା ସଂପର୍କିତ ଏକ ଭିଡିଓ ଫିଲ୍ମ ମଧ୍ୟ ପ୍ରଦର୍ଶିତ ହୋଇଥିଲା । ସୂଚନାଯୋଗ୍ୟ ଯେ ସର୍ଗିଫୁଲ ମହୋତ୍ସବ ଦୀର୍ଘ ୧୨ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି । ଚଳିତ ବର୍ଷର ଉତ୍ସବରେ ୧୨୦୦ ଛାତ୍ରଛାତ୍ରୀ ଓ ୧୭୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ୨୦୨୧ ଓ ୨୦୨୨ର ହାଇସ୍କୁଲ ପରୀକ୍ଷାରେ କୃତୀତ୍ବ ହାସଲ କରିଥିବା ପିଲାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତା ଯଥା- ତର୍କ, କୁଇଜ, ବିଜ୍ଞାନ ପ୍ରଦର୍ଶନୀ, ସୃଜନାତ୍ମକ ଲିଖନ, ବାଦ୍ୟଯନ୍ତ୍ର ପ୍ରତିଯୋଗିତା, ଖେଳ ପ୍ରତିଯୋଗିତା ତଥା ଲୋକନୃତ୍ୟ ପ୍ରତିଯୋଗିତାରେ ଉଲ୍ଲେଖନୀୟ କୃତୀତ୍ବ ହାସଲ କରିଥିବା ପିଲାମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ବିକାଶ ପରିଷଦର ଉପଦେଷ୍ଟା ଶ୍ରୀ ପ୍ରଦୀପ ମାଝୀ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଶ୍ରୀ ଆର୍. ବାଲକ୍ରିଷ୍ଣନ, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ । ଅନୁସୂଚିତ ଜାତି ଓ ଜନଜାତି ବିଭାଗର କମିଶନର-ତଥା-ସଚିବ ଶ୍ରୀମତୀ ରୂପାରୋଶନ ସାହୁ ସ୍ବାଗତ ଭାଷଣ ଦେଇଥିଲେ ଏବଂ ATLCର ସଦସ୍ୟ ସଚିବ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି by Proprietor Abhimanyu Maharana September 24, 2026 କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ by Proprietor Abhimanyu Maharana September 24, 2026 କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ by Proprietor Abhimanyu Maharana September 24, 2026 କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ by Proprietor Abhimanyu Maharana September 24, 2026 KHURDA ROAD DIVISION CONDUCTED CLOSING CEREMONY OF HINDI PAKHWADA -2026 AND 151st DIVISIONAL OFFICIAL LANGUAGE IMPLEMENTATION COMMITTEE MEETING by Proprietor Abhimanyu Maharana September 24, 2026 ଲଗାଣ ବର୍ଷାରେ କଳିଙ୍ଗା ଘାଟିରେ ଭୁଶୁଡ଼ିଲା ନିର୍ମାଣାଧୀନ ଗାର୍ଡୱାଲ୍, ଅନିର୍ଦ୍ଧିଷ୍ଟ କାଳ ପାଇଁ ସିଲ୍ ହେଲା ଘାଟି ରାସ୍ତା by Proprietor Abhimanyu Maharana September 24, 2026