ପାରଳାଖେମୁଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ଜାନୁଆରୀ ମଙ୍ଗଳବାର ୨୦୨୩ ( ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମଣ୍ଡି :- ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ସମ୍ମିଳନୀ ସମ୍ମିଳନୀ କକ୍ଷଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସ୍ଵାତୀ କେ କୁମାର ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା , ଡିଏସପି ଶ୍ରୀ ରାଜ କିଶୋର ଦାସ  ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି  ପାରଳାଖେମୁଣ୍ଡି ପୌରପରିଷଦ, ରାଣୀପେଣ୍ଠ,ବାଘସଲା, ସିଧାମାଡଙ୍ଗ,କେରାଣ୍ଡି ଓ କତଲକଇଠା ଗ୍ରାମ ପଞ୍ଚାୟତର  ସମୁଦାୟ ମୋଟ ୧୦୩ ଗୋଟି  ଅଭିଯୋଗ  ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୯୭ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୬ ,  ୫୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ।  ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ରାସ୍ତା  ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା ।

ଅଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହସଂଯୁକ୍ତଜନଅଭିଯୋଗ  ଶୁଣାଣୀ ସମୟରେପିଏ.ଆଇଟିଡିଏ ଫାଲଗୁନି ମାଝୀ, ଡେପୁଟି କଲେକ୍ଟର ନଟବର ଗରଡା, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ  ।

Exit mobile version