୫ ଜାନୁଆରୀ ଗୁରୁବାର୨୦୨୩ ( ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ କାପ୍ତାପଲ୍ଲୀ ପଞ୍ଚାୟତ ଅଧୀନରେ ଥିବା ଡିଗୀ ଏବଂ କେରେସିଙ୍ଗ ଗ୍ରାମ ରେ ମାଘପୋଡ଼ା ଉତ୍ସବ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଉତ୍ସବ ପାଳନ ଦ୍ଵାରା କିପରି ଭାଇଚାରା ଏବଂ ଏକତା ସୃଷ୍ଟି ହୁଏ ତାହା ବର୍ଣ୍ଣନା କରିଥିଲେ ।
ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଗୁମୀ ସମିତି ସଭ୍ୟ ତଥା ବ୍ଲକ୍ ଯୁବ ବିଜେଡ଼ି ଉପ ସଭାପତି ସଞ୍ଜୀବ କୁମାର ଡାକୁଆ,ସ୍ଥାନୀୟ ସରପଞ୍ଚ,ସମିତି ସଭ୍ୟ,ପୂର୍ବତନ ସରପଞ୍ଚ ହାଡିବନ୍ଧୁ ସାମନ୍ତ ରାୟ,ପଞ୍ଚାୟତ ବିଜେଡ଼ି ସଭାପତି,ପଞ୍ଚାୟତ ଛାତ୍ର ବିଜେଡ଼ି ସଭାପତି ପ୍ରମୁଖ ଉପସ୍ଥିତ ଥିଲେ । ଏହି ମାଘପୋଡ଼ା ଉତ୍ସବ ଆଦିବାସୀ ଲୋକମାନଙ୍କ ଏକତ୍ରିକରଣ ର ନିଦର୍ଶନ ।

