ଜିଲ୍ଲାପାଳ ଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ

୧୬ ଜାନୁଆରୀ ସୋମବାର ,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ କାର୍ଯ୍ୟାଳୟ ପରିସରରେ ଥିବା ରାଜୀବ ଗାନ୍ଧି ସେବାକେନ୍ଦ୍ର ଗୃହ ରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ,ଆରକ୍ଷୀ ଅଧିକ୍ଷକ ଅଲେଖ ଚନ୍ଦ୍ର ପହି,ଉପ ଜିଲ୍ଲାପାଳ ,ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ,ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।ଏହି ଶିବିରରେ ୨୮୪ ଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ୨୭୭ ଟି ବ୍ୟକ୍ତିଗତ ,୨ ଟି ଗ୍ରାମ୍ୟ ସମସ୍ୟା ,୩ ଟି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡ,୨ ଟି ରେଡ୍ କ୍ରସ ଅଭିଯୋଗ ଥିଲା । ୨୮୪ ଟି ଅଭିଯୋଗ ମଧ୍ୟରୁ ୫୪ ଟି ଅଭିଯୋଗ ସମାଧାନ ତୁରନ୍ତ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Exit mobile version