୧୬ ଜାନୁଆରୀ ସୋମବାର ,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ପୁରୀ :- ଆସୁଛି ବର୍ଷା । ଆସନ୍ତାକାଲି ଓ ୧୮ ତାରିଖ ଦୁଇ ଦିନ ପାଇଁ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।
