Home ଓଡ଼ିଶା ୧୨ ପ୍ରସ୍ତାବକୁ କ୍ୟାବିନେଟ ସ୍ୱୀକୃତି : ବଢ଼ିଲା ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍ ବୃଦ୍ଧି by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ସ୍ୱୀକୃତି ମିଳିଛି ୨୧ ଜାନୁଆରୀ ଶନିବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ୧୨ଟି ପ୍ରସ୍ତାବରେ ଲାଗିଲା କ୍ୟାବିନେଟ୍ ମୋହର । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବରେ ମୋହର ବାଜିଛି । ବଢ଼ିଲା ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍ । ମିଳିଥିବା ସୂଚନା ଅନୁଯାୟୀ, ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ କର୍ମଚାରୀଙ୍କ ଅନୁଦାନ ବୃଦ୍ଧି କରାଯାଇଛି । ଏହା ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଲାଗୁହେବ । ଅନ୍ୟାନ୍ୟ ନିଷ୍ପତ୍ତି ଅନୁଯାୟୀ, ସେହିପରି କର୍କଟ ରୋଗୀଙ୍କ ଆବାସ ପାଇଁ ୨ ଏକର ମାଗଣା ଜମି ପ୍ରଦାନ, ଗ୍ରାମୀଣ ପାଇପ ଜଳ ଯୋଗାଣ ଅନ୍ତର୍ଗତ ଯାଜପୁରର ବରୀ ଓ କୋରେଇ ବ୍ଲକରେ ୨ଟି ପ୍ରକଳ୍ପ ନିର୍ମାଣକୁ ଅନୁମୋଦନ ମିଳିଛି । ଏହି ପ୍ରକଳ୍ପ ନିର୍ମାଣ କାର୍ୟ୍ୟ ୫ ବର୍ଷରେ ଶେଷ କରିବାକୁ ଲକ୍ଷ୍ୟ ଧାର୍ୟ୍ୟ କରାଯାଇଛି । ସେହିପରି ନୟାଗଡ଼ର ଦଶପଲା, ଗଣିଆ ଓ ନୂଆଗାଁରେ ୩ଟି ଓ ମାଲକାନଗିରିର ଖଇରିପୁଟ, ମାଲକାନଗିରି, ମାଥିଲି ଓ କାଲିମେଳାରେ ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । – ନୟାଗଡ଼ର ଦଶପଲା, ଗଣିଆ ଓ ନୂଆଗାଁରେ ହେବ ୩ଟି ପାନୀୟଜଳ ପ୍ରକଳ୍ପ ହେବ । – ମାଲକାନଗିରିର ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ । – ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ହେବ ବ୍ରିଜ୍ । – ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ । କ୍ୟାବିନେଟ ବୈଠକରେ ଅନ୍ୟାନ୍ୟ ପଛୁଆ ବର୍ଗ କମିଶନ ଆଇନରେ ସଂଶୋଧନ ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିଛି । ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ପ୍ରସ୍ତାବିତ ପୋଲ ପାଇଁ ହୋଇଥିବା ଟେଣ୍ଡରକୁ ଅନୁମୋଦନ ସହ ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ, ଦ୍ରବ୍ୟ ଓ ସେବା କର, ବାଣିଜ୍ୟ କର ଡାଟାଏଣ୍ଟ୍ରି ଅପରେଟର ନିଯୁକ୍ତି ଅଧିନିୟମ ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ସେହିପରି ଓଡ଼ିଶା ଖାଦ୍ୟ ପରୀକ୍ଷାଗାର କର୍ମଚାରୀ ନିଯୁକ୍ତି ଅଧିନିୟମ, ଓଏସଯେଏସ ଓ ଅଜେଏସ ସେବା ଅଧିନିୟମ ସଂଶୋଧନ ପ୍ରସ୍ତାବ ସହ ଖଣି, ଭୂତତ୍ତ୍ୱ ସେବା ନିର୍ଦ୍ଦେଶାଳୟର ୫ଟି କ୍ୟାଡର ନିଯୁକ୍ତିରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି । Categories: ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍ Related Content ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ by Proprietor Abhimanyu Maharana September 11, 2026 ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ : ୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା by Proprietor Abhimanyu Maharana September 11, 2026 ନୟାଗଡ଼ ଜିଲ୍ଲା ସଡ଼କ ସୁରକ୍ଷା ଓ ହାଇୱେ ସେଫଟୀ ଟାସ୍କଫୋର୍ସ ବୈଠକ by Proprietor Abhimanyu Maharana September 11, 2026 ନୟାଗଡ ଜିଲ୍ଲାର ଦ୍ୱିତୀୟ ବରିଷ୍ଠ ତୀର୍ଥଯାତ୍ରୀ ଯୋଜନା ଶୁଭାରମ୍ଭ by Proprietor Abhimanyu Maharana September 11, 2026 ଜିଲ୍ଲା ଉପନିବନ୍ଧକ କାର୍ଯ୍ୟାଳୟର ଲୋକାର୍ପଣ ଉତ୍ସବ by Proprietor Abhimanyu Maharana September 11, 2026 ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳୀ ସଭା by Proprietor Abhimanyu Maharana September 11, 2026